ଭୁବନେଶ୍ୱର, ୧୭।୧୦: ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ (ନୂଆଦିଲ୍ଲୀ,୧୬।୧୦: ଚଳିତ ବର୍ଷ ଅକ୍ଟୋବର ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମ୍ଏମ୍ଆର୍ଡିଏ ପଡ଼ିଆଠାରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମ୍ଆଇଏସ୍-୨୦୨୩)ର ତୃତୀୟ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିବେ। ବିଶେଷକରି ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ଦ୍ୱାରା ୩ ଦିନିଆ ସର୍ବବୃହତ ସାମୁଦ୍ରିକ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏପରିକି ଭବିଷ୍ୟତର ବନ୍ଦର, ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସ, ଉପକୂଳ ଜାହାଜ ଚଳାଚଳ ଏବଂ ଆଇଡବ୍ଲ୍ୟୁଟି, ଜାହାଜ ନିର୍ମାଣ, ମରାମତି ଏବଂ ରିସାଇକ୍ଲିଂ, ଅର୍ଥ, ବୀମା ଏବଂ ମଧ୍ୟସ୍ଥତା, ସାମୁଦ୍ରିକ କ୍ଲଷ୍ଟର, ଉଦ୍ଭାବନ ଏବଂ ପ୍ରଯୁକ୍ତିବିଦ୍ୟା, ସାମୁଦ୍ରିକ ନିରାପତ୍ତା ଓ ସୁରକ୍ଷା ଏବଂ ସାମୁଦ୍ରିକ ପର୍ଯ୍ୟଟନ ଆଦି ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା ସହ ଅଧିବେଶନର ଆୟୋଜନ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ସେହିଭଳି ଉଦ୍ଘାଟନୀ ଅଧିବେଶନରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅପରପକ୍ଷରେ ସମ୍ମିଳନୀର ଅଧିବେଶନରେ ଆର୍ମେନିଆ, ବାଂଲାଦେଶ, ବେଲାରୁସ୍, କୋମୋରୋସ୍, ଇରାନ, ଇଟାଲୀ, ଶ୍ରୀଲଙ୍କା, ତାଞ୍ଜାନିଆ, ତୁର୍କମେନିସ୍ତାନ, ଉଜବେକିସ୍ତାନ, ସ୍ପେନ୍ ଏବଂ ନେପାଳ ସମେତ ୧୨ଟି ଦେଶର ମନ୍ତ୍ରୀମାନେ ମଧ୍ୟ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଭାରତର ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୬ଜଣ ରାଜ୍ୟ ମନ୍ତ୍ରୀ ଓ ଉପରାଜ୍ୟପାଳ ଉପସ୍ଥିତ ରହିବେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

