ନୂଆଦିଲ୍ଲୀ,୧୯।୧୧: ମଣିପାଲ ଏକାଡେମୀ ଅଫ୍ ହାୟର ଏଡୁକେଶନ (ଏମ୍ଏଏଚ୍ଇ) ଭାରତର ଅନ୍ୟତମ ପ୍ରମୁଖ ଶିକ୍ଷାନୁଷ୍ଠାନ ଓ ଗବେଷଣା କେନ୍ଦ୍ର ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏମିନସ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ଏକାଡେମିକ ଆଭିମୁଖ୍ୟ ଉଦ୍ଦେଶ୍ୟର ବିଭିନ୍ନ ଦିଗକୁ ନେଇ ଏକ ୩ ଦିନିଆ ଜାତୀୟ ସମ୍ମିଳନୀର ଆୟୋଜନ କରିଥିଲା। ଏହି ଅବସରରେ ଡ.ଏଚ୍.ଏସ୍. ବଲାଲ, ପ୍ରୋଚାନ୍ସଲର, ଏମ୍ଏଏଚ୍ଇ, ଲ୍ୟୁଟ୍ନାଣ୍ଟ୍ ଜେନେରାଲ(ଡ) ଏମ୍.ଡି.ଭେଙ୍କଟେଶ, ଭିଏସ୍ଏମ୍(ଅବସରପ୍ରାପ୍ତ), କୁଳପତି, ଏମ୍ଏଏଚ୍ଇ ଏବଂ ରେଜିଷ୍ଟ୍ରାର୍ ଡ. ନାରାୟଣ ସଭାହିତ, ଏମ୍ଏଏଚ୍ଇ ସୂଚିତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ ସମ୍ମିଳନୀର ଆଭିମୁଖ୍ୟ ଓ ଜାତୀୟ ଶିକ୍ଷା ନୀତିର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । ସେହିଭଳି ଏମ୍ଏଏଚ୍ଇର ଏକାଡେମିକ ଯୋଜନା ମଧ୍ୟ ଆଗେଇ ଚାଲିଛି ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଥିଲା। ଏସ୍.ପି.କର ପିଆର୍ ଏବଂ ମିଡିଆ ନିର୍ଦ୍ଦେଶକ ଉକ୍ତ ସମ୍ମିଳନୀକୁ ସଂଯୋଜନା ଏବଂ ପରିଚାଳନା କରିଥିଲେ। ବିଶେଷକରି ଏମ୍ଏଏଚ୍ଇର ଲିଡରଶିପ୍ ୩୦ତମ ସମ୍ମିଳନୀ ନଭେମ୍ବର ୧୮,୧୯ ଏବଂ ୨୦ରେ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ଉକ୍ତ କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ଅତିଥିଙ୍କ ସମେତ ପ୍ରାୟ ୫୦୦୦ ଛାତ୍ରଛାତ୍ରୀ ମଧ୍ୟ ଯୋଗଦେବେ।
ଗିଲ୍ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…
ଐତିହାସିକ ରେକର୍ଡ ହାସଲ କଲେ ହିଟ୍ମ୍ୟାନ୍: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…
ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍ର ଷ୍ଟାର୍ ବ୍ୟାଟର୍ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…
ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…
ଭୁବନେଶ୍ୱର,୧।୧୦(ସୁନିତ୍ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…
ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ
ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…
ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?
ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…
ଗିଲ୍ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ
ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍ରେ ବଡ଼ ବିଜୟ ହାସଲ…
ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….
ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…
ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ
ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

