Posted inଖେଳ

୩ ଦିନିଆ ଅଭ୍ୟାସ ମ୍ୟାଚ୍‌: ଭାରତ ବିପକ୍ଷରେ ଖେଳିଲେ ଆଭେସ, ଓ୍ବାଶିଂଟନ

ଡରହାମ,୨୧।୭: ଚେଷ୍ଟର-ଲି- ଷ୍ଟ୍ରିଟ୍‌ସ୍ଥିତ ରିଭରସାଇଡ ଗ୍ରାଉଣ୍ଡରେ ଭାରତ ଓ ଫାଷ୍ଟକ୍ଲାସ କାଉଣ୍ଟି ଏକାଦଶ ଟିମ୍‌ ମଧ୍ୟରେ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଆଶ୍ଚର୍ଯ୍ୟଜନକ ଭାବେ ଦୁଇ ଭାରତୀୟ ଖେଳାଳି ଆଭେସ ଖାଁ ଓ ଓ୍ବାଶିଂଟନ ସୁନ୍ଦର ଭାରତ ବିପକ୍ଷରେ ଘରୋଇ ଦଳ ତରଫରୁ ଖେଳିବା ପାଇଁ ପଡିଆକୁ ଓହ୍ଲାଇଛନ୍ତି। ତେବେ ୯.୫ ଓଭର ବୋଲିଂ କରିବା ପରେ ଆଭେସ ବୁଢା ଆଙ୍ଗୁଠିରେ ଆଘାତ ପାଇଥିଲେ ଓ ସେ ଏହି ମ୍ୟାଚ୍‌ରେ ଆଉ ନ ଖେଳିବା ଆଶା କରାଯାଉଛି। ଘରୋଇ ଦଳରେ କେତେଜଣ ଖେଳାଳି କୋଭିଡ୍‌-୧୯ କାରଣରୁ ଆଇସୋଲେଶନରେ ରହିଛନ୍ତି। ଫଳରେ ଆଭେସ ଓ ସୁନ୍ଦରଙ୍କୁ ଭାରତ ବିପକ୍ଷରେ ଖେଳିବାର ସୁଯୋଗ ମିଳିଥିଲା। ଦୁଇଜଣ ଖେଳାଳିଙ୍କୁ ଛାଡିବାକୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଅନୁରୋଧ କରିଥିଲା। ଫଳରେ ଏହି ଦୁଇଜଣ କାଉଣ୍ଟି ଦଳରେ ସାମିଲ ହୋଇଥିଲେ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ କୁହାଯାଇଛି।
ଅଭ୍ୟାସ ମ୍ୟାଚ୍‌ରେ ନିଜ ଦଳ ବିପକ୍ଷରେ ଖେଳିବା ଘଟଣା ଆଦୌ ନୂଆ ନୁହେଁ। ପୂର୍ବରୁ ୧୯୮୭ରେ ବ୍ରାବୋର୍ନ ଷ୍ଟାଡିୟମରେ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ୧୪ ବର୍ଷୀୟ ସଚିନ ତେନ୍ଦୁଲକର ଇମ୍ରାନ ଖାଁଙ୍କ ପାକିସ୍ତାନ ତରଫରୁ ଭାରତ ବିପକ୍ଷରେ ଫିଲ୍ଡିଂ କରିଥିଲେ। ବଲ ବୟ ଭାବେ ସଚିନ ବାଉଣ୍ଡାରିରେ ଥିଲେ। ଅବଦୁଲ କାଦିର ନ ଥିବାରୁ ସଚିନ ପାକିସ୍ତାନ ପାଇଁ ଫିଲ୍ଡିଂ କରିଥିଲେ। ସଚିନ କପିଳ ଦେବଙ୍କ କ୍ୟାଚ୍‌ ଧରିବାକୁ ପ୍ରୟାସ କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri