ଆଜିଠୁ ୩ଦିନ ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଅପରାହ୍ନ ୧ଟାରୁ କାର୍ଯ୍ୟ ଶେଷ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସେପ୍ଟେମ୍ବର ୨୧, ୨୨ ଏବଂ ୨୩ ତାରିଖ ତିନିଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ପ୍ରତ୍ୟହ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ ସମୟ ସ୍ଥିର ହୋଇଥିବା ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଏଏସ୍‌ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ। ଏହାପରେ ଏଏସ୍‌ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ତାରିଖ ସ୍ଥିର କରାଯାଇଛି। ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସର୍ଭେ କରାଯିବ। ତେଣୁ ଏହି ୩ଦିନ ଶ୍ରୀବିଗ୍ରହଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନ କରି ନିରୀକ୍ଷଣ ପ୍ରକ୍ରିୟା ଲାଗି ଆବଶ୍ୟକ ସମୟ ଦେବାକୁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ବିଶେଷ ନୀତି ନିର୍ଘଣ୍ଟ ଅନୁଯାୟୀ, ଅପରାହ୍ନ ୧ଟାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଇଚ୍ଛୁକ ଭକ୍ତ ସିଂହଦ୍ୱାର ପଟେ ବାଇଶିପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ।

ସୂଚନାଯୋଗ୍ୟ, ଗତ ୧୮ ତାରିଖରେ ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହୋଇଥିଲା। ସେହିଦିନ ସର୍ଭେ ସମୟରେ ଏଏସ୍‌ଆଇ ବୈଷୟିକ ଟିମ୍‌ର ମୁଖ୍ୟ, ସିଏସ୍‌ଆଇଆର୍‌, ଏନ୍‌ଜିଆର୍‌ଆଇର ମୁଖ୍ୟ ବୈଜ୍ଞାନିକ ଆଉ ଏକ ରାଉଣ୍ଡ ସର୍ଭେ କରିବାକୁ ମତ ଦେଇଥିଲେ। ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ ତଥା ଅନ୍ୟ ବୈଷୟିକ ଉପକରଣ ବ୍ୟବହାର କରାଯାଇ ଏହି ସର୍ଭେ କରିବା ପରେ ହିଁ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବାକୁ ବୈଷୟିକ ଟିମ୍‌ ପ୍ରସ୍ତାବ ଦେଇଥିଲା। ସେପ୍ଟେମ୍ବର ୨୪ରୁ ଦଶହରା (ଷୋଳ ପୂଜା) ସମ୍ପର୍କିତ ନୀତିକାନ୍ତି ଆରମ୍ଭ ହେବା ପୂର୍ବରୁ ବାକି ଥିବା ସର୍ଭେ ଶେଷ କରି ଚୂଡ଼ାନ୍ତ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ପ୍ରଶାସକ ନିଜ ପତ୍ରରେ ଗୁରୁତ୍ୱାରୋପ କରିଥିଲେ। ତେଣୁ ଏଏସ୍‌ଆଇ ନିର୍ଦ୍ଧାରିତ ତାରିଖ ସୁଦ୍ଧା ସର୍ଭେ ସାରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri