୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର ଜଣଙ୍କ କେଉଁଆଡେ ଗଲେ ପତ୍ତା ମିଳୁନି। ଇତିମଧ୍ୟରେ ୩ ଦିନ ବିତିଗଲାଣି କିନ୍ତୁ ନିଖୋଜ ଛାତ୍ରଙ୍କ ପତ୍ତା ମିଳୁନାହିଁ। ଯାହାକୁ ନେଇ ପରିବାର ଲୋକଙ୍କ ଚିନ୍ତା ବଢ଼ିଯାଇଛି। ନିଖୋଜ ଛାତ୍ର ଜଣଙ୍କ ହେଲେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଯୁକ୍ତ ୩ ପ୍ରଥମବର୍ଷ ଗଣିତ ସମ୍ମାନ ଛାତ୍ର ରବୀନ୍ଦ୍ର ନାୟକ (୧୯)। ତାଙ୍କ ଘର କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ରଣବା ନିକଟସ୍ଥ ଡାକପଙ୍କା। ତାଙ୍କ ବାପାଙ୍କ ନାମ ପ୍ରଭାକର ନାୟକ।

ପରିବାର ସୂତ୍ରରୁ ଜଣାପଡ଼ିଛି ଯେ, ଗତ ୧ ତାରିଖରୁ ରବିନ୍ଦ୍ରଙ୍କ କୌଣସି ସନ୍ଧାନ ମିଳୁନାହିଁ। ଘରୁ ବାହାରିବା ସମୟରେ ସେ ନିଜ ମୋବାଇଲ ଫୋନ ଘରେ ଛାଡ଼ି ଯାଇଥିଲେ। ତେବେ ଆକାଉଣ୍ଟରେ ରଖିଥିବା ଟଙ୍କା ମଧ୍ୟରୁ ପ୍ରାୟ ୩ ହଜାର ଟଙ୍କା ବହି କିଣିବା ପାଇଁ ଉଠାଯାଇଥିବା ଜଣାପଡ଼ିଛି। ଏହି ଘଟଣା ନିଖୋଜ ରହସ୍ୟକୁ ଆହୁରି ଜଟିଳ କରିଛି। ରବୀନ୍ଦ୍ରଙ୍କ ନିଖୋଜ ସମ୍ପର୍କରେ ପରିବାର ପକ୍ଷରୁ ଭଞ୍ଜନଗର ଥାନାରେ ଅଭିଯୋଗ କରାଯାଇଛି।

ପୋଲିସ ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ କରି ନିଖୋଜ ଛାତ୍ରଙ୍କ ସନ୍ଧାନ ଜାରି ରଖିଛି। ରବୀନ୍ଦ୍ରଙ୍କ ସମ୍ପର୍କରେ କୌଣସି ସୂଚନା ମିଳିଲେ ନିକଟସ୍ଥ ପୁଲିସ ଥାନା କିମ୍ବା ପରିବାରକୁ ଜଣାଇବାକୁ ଅନୁରୋଧ କରାଯାଇଛି।
ରବୀନ୍ଦ୍ରଙ୍କ ଭାଇଙ୍କ ନମ୍ବର (୮୨୮୦୩୨୬୦୩୦) ରେ ଯୋଗାଯୋଗ କରିବାକୁ ପରିବାର ପକ୍ଷରୁ ଅନୁରୋଧ କରାଯାଇଛି। ଘଟଣା ଦିନ ରବିନ୍ଦ୍ର କଲେଜ ଡ୍ରେସ ପିନ୍ଧି ବସରେ ଭଞ୍ଜନଗର ଆସିଥିଲେ। କିନ୍ତୁ କଲେଜ ଆସିଥିଲେ କି ନାହିଁ ସେନେଇ ସଠିକ କିଛି ଜଣାପଡ଼ିନାହିଁ। ତେଣୁ ରବିନ୍ଦ୍ରଙ୍କ ବାପା ଭାଇ ଘୁରୁ ବୁଲୁଛନ୍ତି ରବୀନ୍ଦ୍ରଙ୍କୁ ଖୋଜିବା ପାଇଁ। ରବିନ୍ଦ୍ରଙ୍କ ଘରେ ତିନିଦିନ ହେଲା ପରିବାର ଲୋକେ ଠିକ ଭାବେ ଖିଆପିଆ କରିନାହାନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri