୩ଦିନ ଅସମ୍ଭାଳ ତାତି: ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ପାରଦ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଏବେଠୁ ଅସମ୍ଭାଳ ହେଲାଣି ତାତି। ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଟାଇଁ ଟାଇଁ ଖରା ହେଉଥିବାବେଳେ ୧୧ଟାରୁ ୪ଟା ତତଲା ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଫେବୃୟାରୀରୁ ଏଭଳି ସ୍ଥିତିକୁ ନେଇ ପାଣିପାଗ ବିଭାଗ ସତର୍କ କରିଛି। ଇତିମଧ୍ୟରେ ପାରଦ ୪୦ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନରେ ସ୍ଥିତି ଆହୁରି ଅସମ୍ଭାଳ ହୋଇପଡିବ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ ଓ ଅନୁଗୋଳ ଆଦି ୮ ଜିଲାରେ ତାତି ଅଧିକ ବଢ଼ିବା ସମ୍ଭାବନା ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ପୂର୍ବଭଳି ସର୍ବାଧିକ ରହିବ। ତେଣୁ ଏ ସମସ୍ତ ଅଞ୍ଚଳରେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବାହାରକୁ ଯିବାବେଳେ ପ୍ରତିଷେଧାତ୍ମକ ବ୍ୟବସ୍ଥା ଆପଣାଇବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
ଶନିବାର ଭୁବନେଶ୍ୱରର ତାପମାତ୍ରା ପୁଣି ବଢ଼ିଛି। ଶୁକ୍ରବାର ସହରର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ସେଲ୍‌ସିୟସ ରହିଥିବାବେଳେ ଶନିବାର ୪୦.୬ ଡିଗ୍ରୀକୁ ବୃଦ୍ଧି ପାଇଛି। ଫଳରେ ଲଗାତାର ତିନିଦିନ ହେଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର। ସେହିଭଳି ଅନୁଗୋଳ ୩୮.୯, ବାରିପଦା ୩୮.୬, ସମ୍ବଲପୁର ୩୭.୩, କଟକ ୩୮.୧, ନୟାଗଡ଼, ତାଳଚେର ଓ ଟିଟିଲାଗଡ଼ ୩୮, ବଲାଙ୍ଗୀର ୩୭.୬, ଝାରସୁଗୁଡ଼ା ୩୭.୫, ସୋନପୁର ୩୭.୨, ହୀରାକୁଦ ୩୬.୯, ଭବାନୀପାଟଣା ୩୬.୬, ଚାନ୍ଦବାଲି, ବାଲେଶ୍ୱର ୩୬.୨, ମାଲକାନଗିରି ୩୬ ଓ କେନ୍ଦୁଝରଗଡ଼ରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଗ୍ରୀଷ୍ମ ପ୍ରବାହଜନିତ ଅସୁସ୍ଥତା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଉକ୍ତ ଚିଠିରେ ଉଲ୍ଲେଖ ରହିଛି। ସଚେତନତା କାର୍ଯ୍ୟରେ ସାମାଜିକ ସଂସ୍ଥାକୁ ସାମିଲ ଲାଗି ପରାମର୍ଶ ଦିଆଯାଇଛି। ସେହିପରି ଜଳାଭାବ ସମ୍ଭାବନା ଥିବା ସ୍ଥାନଗୁଡ଼ିକୁ ଚିହ୍ନଟ ଲାଗି ଚିଠିରେ ପରାମର୍ଶ ଦିଆଯାଇଛି। ଟ୍ୟୁବ୍‌ଓ୍ବେଲ୍‌ ଓ ପାଇପ୍‌ ଲାଇନ୍‌ର ମରାମତି ଉପରେ ଚିଠିରେ ଗୁରୁତ୍ୱ ଦିଆଯାଇଛି। କେନାଲରେ ଆବଶ୍ୟକ ଜଳ ଛାଡ଼ିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସର୍ବସାଧାରଣ ସ୍ଥାନରେ ପାନୀୟ ଜଳସେବା କେନ୍ଦ୍ର ଖୋଲିବାକୁ କୁହାଯାଇଛି। ସୂଚନାଯୋଗ୍ୟ, ପ୍ରବଳ ଖରା ପାଇଁ ସ୍କୁଲ ସମୟରେ ମଧ୍ୟ ରାଜ୍ୟ ସରକାର ପରିବର୍ତ୍ତନ କରି ସକାଳୁଆ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri