ଗଞ୍ଜାମରେ ୩ ଦିନ ଶଟ୍‌ଡାଉନ କୋହଳ: ୧୮ ସହରର ପ୍ରବେଶପଥ ସମ୍ପୂର୍ଣ୍ଣ ସିଲ୍‌

ଛତ୍ରପୁର, ୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବ୍ରହ୍ମପୁର, ଛତ୍ରପୁର ସମେତ ୧୮ ସହରର ପ୍ରବେଶ ପଥକୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। କୌଣସି ବାହାର ଲୋକଙ୍କୁ ଜିଲା ଭିତରକୁ ଏବଂ ଭିତରୁ ବାହାରକୁ କାହାକୁ ଛଡାଯାଉ ନାହିଁ। ଉଭୟ ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ଥାନା ପୋଲିସ ଅଧିକାରୀ ସବୁ ସହର ପ୍ରବେଶ ପଥରେ ମନିଟରିଂ କରୁଥିବାବେଳେ ବ୍ୟାପକ ପୋଲିସ ଫୋର୍ସ ମୂତୟନ କରାଯାଇଛି। କେବଳ ଖାଦ୍ୟ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ ଗାଡି, ପରିଚୟପତ୍ର ଥିବା ସରକାରୀ ଅଧିକାରୀ ଓ କର୍ମଚାରୀ ଏବଂ ମେଡିକାଲ ପାଇଁ ବାହାରକୁ ଓ ଭିତରକୁ ଯିବାକୁ ଅନୁମତି ଦିଆଯାଉଛି। ଏପରିକି ସବୁ ସହରର ଅଧିକାଂଶ ସାହିକୁ ମଧ୍ୟ ସିଲ୍‌ କରାଯାଇଛି।
ବିଶେଷକରି ସହର ମାନଙ୍କରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ନିୟନ୍ତ୍ରଣ ସହ କରୋନା ଚେନ୍‌ ଭାଙ୍ଗିବାକୁ ଏପରି ପଦକ୍ଷେପ ନିଆଯାଇଛି। କୌଣସି ଗ୍ରାମାଞ୍ଚଳ ଲୋକ ସହରକୁ ଯାଇପାରିବେନି। ୫ ଦିନ ଧରି ଗଞ୍ଜାମର ୧୮ ସହରରେ ଚାଲିଥିବା ଶଟଡାଉନ ମଙ୍ଗଳବାର ଉଠିଛି। ଅପରପକ୍ଷରେ ଗୁରୁବାର ପର୍ଯ୍ୟନ୍ତ ୩ ଦିନ ପାଇଁ ଶଟଡାଉନ କୋହଳ କରାଯାଇଛି। ଏହି ତିନି ଦିନ ପାଇଁ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପରିବା, ଆମୀଷ ଦୋକାନ ଏବଂ ସକାଳ ୬ ରୁ ୪ ଟା ପର୍ଯ୍ୟନ୍ତ ଗ୍ରୋସରୀ ଦୋକାନ ଖୋଲିବ। ସାମାଜିକ ଦୂରତା ଓ ଗାଇଡ୍‌ଲାଇନ ଲୋକେ ପାଳନ କରୁଛନ୍ତି କି ନାହିଁ ତାର ଅନୁଧ୍ୟାନ କରାଯିବ। ଏହାପରେ ଶଟଡାଉନ ଉପରେ ନିଷ୍ପତ୍ତି ନିଆଯିବ ବୋଲି ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri