ଧାମନଗର ଏନ୍‌ଏସି ୩ ଦିନ ଶଟ୍‌ଡାଉନ୍‌, ଜାଣନ୍ତୁ ଏସବୁ ସେବା ଚାଲୁ ରହିବ

ଧାମନଗର,୧୬ା୭(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ଧାମନଗର ଏନ୍‌ଏସିକୁ ୩ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜିଲାପାଳ ଏପରି ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ସକାଳ ୫ଟାରୁ ଏହି ଶଟ୍‌ଡାଉନ୍‌ ଆରମ୍ଭ ହେବ। ଯାହାକି ୨୦ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ୭୨ ଘଣ୍ଟିଆ ଶଟ୍‌ଡାଉନ୍‌କୁ ପାଳନ କରିବାକୁ ଜିଲାପାଳ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।
ଏହି ଶଟ୍‌ଡାଉନ୍‌ ସମୟରେ ମେଡିକାଲ ଓ ଆମ୍ବୁଲାନ୍ସ ସେବାକୁ ବାଦ୍‌ ଦିଆଯାଇଥିବା ବେଳେ ବ୍ଲକ, ତହସିଲ, ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ମଧ୍ୟ ଶଟ୍‌ଡାଉନ୍‌ ସମୟରେ କାମ କରିବେ ବୋଲି କୁହାଯାଇଛି। ସେହିପରି ଟେଲିକମ୍‌ ସର୍ଭିସ, ପେଟ୍ରୋଲ ପମ୍ପ, ଗଣମାଧ୍ୟମ ପ୍ରତିନିଧି, ଅନ୍‌ଲାଇନ୍‌ ସେବା ଚାଲୁ ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୪୫୪ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୩୨୬ ଜଣ ସୁସ୍ଥ ହୋଇଛନ୍ତି। ୧୨୮ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri