Posted inରାଜ୍ୟ

୩ ଦିନ ଭୋଟ ଗଣନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ):୨୦୨୨ ଫେବୃୟାରୀରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟଗ୍ରହଣ ଇଭିଏମ୍‌ ବଦଳରେ ବାଲଟ ପେପରରେ ହେବ। ଏଥିସହିତ ଭୋଟଗଣତି କ୍ରମାଗତ ୩ ଦିନ ଧରି ଚାଲିବ। ପ୍ରଥମ ଥର ପାଇଁ ବ୍ଲକସ୍ତରରେ ଭୋଟଗଣତି ହେବାକୁ ଥିବାରୁ ନଭେମ୍ବର ୧୫ତାରିଖ ସୁଦ୍ଧା ଭୋଟ ଗଣତି କେନ୍ଦ୍ରଗୁଡ଼ିକର ତାଲିକା ପଠାଇବାକୁ ଜିଲାପାଳମାନଙ୍କୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଜାରି କରିଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କୁ ପଞ୍ଚାୟତ ନିର୍ବାଚନ ପରିଚାଳନା ଓ ପ୍ରସ୍ତୁତି ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ବତନ୍ତ୍ର ଗାଇଡଲାଇନ୍‌ ଜାରି କରାଯାଇଛି। ଏଥିରେ ନିର୍ବାଚନ ପାଇଁ ଭୋଟଗଣତି କେନ୍ଦ୍ରଠୁ ଆରମ୍ଭ କରି ଷ୍ଟ୍ରଙ୍ଗରୁମ(ବାଲଟ ବାକ୍ସ ରହିବା ସ୍ଥାନ), ଭୋଟ ଗଣତି ସ୍ଥାନ, ସମୟ , ଗଣନା ପାଇଁ ନିର୍ବାଚନ ଅଧିକାରୀ ନିଯୁକ୍ତି, ଗଣନା ପାଇଁ କର୍ମଚାରୀଙ୍କୁ ନିଯୁକ୍ତି, କର୍ମଚାରୀଙ୍କୁ ପ୍ରଶିକ୍ଷଣ, ପ୍ରାର୍ଥୀଙ୍କ ଏଜେଣ୍ଟ ନିଯୁକ୍ତି, ଗଣତି ଆରମ୍ଭ, ଗଣନା ସମୟରେ ସୁରକ୍ଷା ବ୍ୟବସ୍ଥା, ଗଣନା କେନ୍ଦ୍ରକୁ ଅନୁମତି, ବାଲଟ ବାକ୍ସ ପରିବହନ, ଭୋଟ ଗଣତି, ଗଣତି ଟେବୁଲ, ପୁନଃଗଣତି, ବାଲଟ ପେପରକୁ ସିଲ୍‌ ଆଦି ସମ୍ପର୍କରେ ଗାଇଡଲାଇନ୍‌ ଜାରି କରାଯାଇଛି।
୨୦୧୭ ଭଳି ଆଗାମୀ ନିର୍ବାଚନରେ ବାଲଟ ପେପରରେ ଭୋଟରମାନେ ନିଜର ମତାଧିକାର ସାବ୍ୟସ୍ତ କରିବେ। ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟଙ୍କ ପାଇଁ ଭିନ୍ନ ଭିନ୍ନ ରଙ୍ଗର ବାଲଟ ପେପର ଉଦ୍ଦିଷ୍ଟ ରହିବ। ପ୍ରଥମଥର ପାଇଁ ବ୍ଲକରେ ଭୋଟଗଣତି ହେଉଥିବାରୁ ସୁରକ୍ଷା ଓ ଭୋଟଗଣତି କେନ୍ଦ୍ର ଚୟନ କାର୍ଯ୍ୟକୁ କଡ଼ାକଡ଼ି କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ଗାଇଡଲାଇନରେ କମିଶନ ଦର୍ଶାଇଛନ୍ତି ଯେ, ଜିଲା ପରିଷଦ ଜୋନ ୱାରି ଗଣନା ବ୍ଲକରେ କରାଯିବ। ଗୋଟିଏ ଜିଲା ପରିଷଦ ଜୋନ୍‌ ଅଧୀନରେ ଥିବା ସମସ୍ତ ପଞ୍ଚାୟତର ଗଣନା କ୍ରମାନ୍ବୟନରେ ହେବ। ପ୍ରଥମ ଦିନ ବ୍ଲକର ପ୍ରଥମ ଜିଲା ପରିଷଦ ଜୋନର ଗଣନା ହେବ। ଦ୍ୱିତୀୟ ଦିନ ଦ୍ୱିତୀୟ ଜିଲା ପରିଷଦ ଓ ତୃତୀୟ ଦିନରେ ୩ ଓ ୪ନମ୍ବର ଜୋନ ଗଣନା ହେବ। ଗୋଟିଏ ଜୋନରେ ଥିବା ସମସ୍ତ ପଞ୍ଚାୟତର ଭୋଟ୍‌ ଗଣନା ପାଇଁ ଗୋଟିଏ ଲେଖାଏଁ ଟେବୁଲ ରହିବ। କେଉଁ ଟେବୁଲରେ କେଉଁ କର୍ମଚାରୀ ବସି ଗଣନା କରିବେ ତାହା ଲଟେରୀ ମାଧ୍ୟମରେ ନିର୍ବାଚନ ଅଧିକାରୀ ନିର୍ଦ୍ଧାରଣ କରିବେ। ଗୋଟିଏ ଟେବୁଲରେ ଗଣନା ନିମନ୍ତେ ଜଣେ ସୁପରଭାଇଜର, ୨ ଜଣ ଗଣନା କର୍ମଚାରୀ ଓ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ନିୟୋଜିତ ରହିବେ।
ପ୍ରାର୍ଥୀଙ୍କ ଏଜେଣ୍ଟମାନେ ଗଣନା ହେଉଥିବା ଟେବୁଲ ନିକଟରେ ଭଲ ଭାବେ ଦେଖାଯାଉଥିବା ବେଞ୍ଚ ନିକଟରେ ବସିବେ। ଯଦି କୌଣସି କାରଣରୁ ଧାର୍ଯ୍ୟ ସମୟ ମଧ୍ୟରେ ଭୋଟଗଣତି ନ ସରିବ ତେବେ ତାହା ପରବର୍ତ୍ତୀ ଦିନ ସକାଳ ୮ଟା ପର୍ଯ୍ୟନ୍ତ ଜାରି ରହିପାରିବ। ଯେଉଁଦିନ ଯେଉଁ ଜୋନର ଭୋଟଗଣତି ସରିବ ସେହି ଦିନ ତା’ର ଘୋଷଣା କରାଯିବ। ଭୋଟ ଗଣତିବେଳେ ପ୍ରଥମେ ୱାର୍ଡମେମ୍ବରଙ୍କ ଭୋଟର ଗଣତି ହେବ। ଏହା ପରେ ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟ ପାଇଥିବା ଭୋଟର ଗଣନା କରାଯିବ। କେବଳ ସେତିକି ନୁହେଁ କେଉଁ ପଞ୍ଚାୟତ ଅବା ବୁଥକୁ କେତେ ପରିମାଣର ବାଲଟ ପେପର ଯିବ ତାହା ଚୂଡ଼ାନ୍ତ କରିବା ନିମନ୍ତେ ଏକ ଫର୍ମୂଲା ମଧ୍ୟ ନିର୍ବାଚନ କମିଶନ ସମସ୍ତ ଜିଲାପାଳଙ୍କୁ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?