ଘାଟିରୁ ଅଟୋ ଓଲଟି ୩ ମୃତ, ୧୦ ଆହତ

ପାରଳାଖେମୁଣ୍ଡି/ଆର.ଉଦୟଗିରି,୨୨।୪(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ନୂଆଗଡ଼ ଅଞ୍ଚଳର କାଣ୍ଡାମା ଘାଟିରୁ ଶୁକ୍ରବାର ଏକ ଅଟୋ ଓଲଟି ଜଣେ ମହିଳା, ଜଣେ ଶିଶୁଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବ୍ରହ୍ମପୁର ଓ ପାରଳାଖେମୁଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପ୍ରକାଶ ଯେ, ଶୁକ୍ରବାର କେରେଡାଙ୍ଗ ଗ୍ରାମରେ ସାପ୍ତାହିକ ହାଟ ଥିଲା। ନୂଆଗଡ଼ ଅଞ୍ଚଳର ଲୋକେ ହାଟ ସାରି ଏକ ଅଟୋରେ ଗ୍ରାମକୁ ଫେରୁଥିଲେ। କାଣ୍ଡାମା ଘାଟି ରାସ୍ତାରେ ଅଟୋଟି ଭାରସାମ୍ୟ ହରାଇ ୨୦ ଫୁଟ୍‌ ତଳେ ଥିବା ଝରଣାକୁ ଖସିପଡିଥିଲା। ସେଥିରେ ବସିଥିବା ସିୟନଗଡର ଲୁକ ମଣ୍ଡଳ (୬୦) ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ନୂଆଗଡ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଖଜୁରିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ସମୟରେ ଅଟୋ ଚାଳକଙ୍କ ସ୍ତ୍ରୀ ବଡପଦା ଗ୍ରାମର ଡଲି କର (୩୦) ଏବଂ ଜଳଙ୍ଗ ଗ୍ରାମର ପ୍ରତ୍ୟୁଷ କାର୍ଯୀ (୯)ଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ଆହତମାନେ ହେଲେ ନୂଆଗଡ ଗ୍ରାମର ଜଗନ୍ନାଥ ସାହୁ, ବଡପଦାର ସାଧୁ କର, ବାରଡାଙ୍ଗର ସୁରେଶ ରଇତ, ଲିଜାମଣି ରଇତ, ଆବାଡାର ଗାୟ ଶବର, ଅଶୋକ ଶବର, ଜଲାଙ୍ଗ ଗ୍ରାମର ତ୍ରିବେଣୀ ରଇତ, କେରେଡାଙ୍ଗ ଗ୍ରାମର ଇସୁଦାନ କରାଡ, ତରଜସିଂ ଗ୍ରାମର ଗାୟତ୍ରୀ ମଣ୍ଡଳ। ଅନ୍ୟଜଣଙ୍କ ପରିଚୟ ମିଳିପାରିନାହିଁ। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କ ମଧ୍ୟରୁ ଜଗନ୍ନାଥ ସାହୁ ଏବଂ ଅଟୋ ଚାଳକ ସାଧୁ କରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ୮ ଆହତଙ୍କୁ ପାରଳାଖେମୁଣ୍ଡି ମେଡିକାଲ୍‌କୁ ପଠାଯାଇଛି। ଆର.ଉଦୟଗିରି ପୋଲିସ ଅଟୋ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପାରଳାଖେମୁଣ୍ଡି ମେଡିକାଲ୍‌ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri