ଘାଟିରୁ ଅଟୋ ଓଲଟି ୩ ମୃତ, ୧୦ ଆହତ

ପାରଳାଖେମୁଣ୍ଡି/ଆର.ଉଦୟଗିରି,୨୨।୪(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ନୂଆଗଡ଼ ଅଞ୍ଚଳର କାଣ୍ଡାମା ଘାଟିରୁ ଶୁକ୍ରବାର ଏକ ଅଟୋ ଓଲଟି ଜଣେ ମହିଳା, ଜଣେ ଶିଶୁଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବ୍ରହ୍ମପୁର ଓ ପାରଳାଖେମୁଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପ୍ରକାଶ ଯେ, ଶୁକ୍ରବାର କେରେଡାଙ୍ଗ ଗ୍ରାମରେ ସାପ୍ତାହିକ ହାଟ ଥିଲା। ନୂଆଗଡ଼ ଅଞ୍ଚଳର ଲୋକେ ହାଟ ସାରି ଏକ ଅଟୋରେ ଗ୍ରାମକୁ ଫେରୁଥିଲେ। କାଣ୍ଡାମା ଘାଟି ରାସ୍ତାରେ ଅଟୋଟି ଭାରସାମ୍ୟ ହରାଇ ୨୦ ଫୁଟ୍‌ ତଳେ ଥିବା ଝରଣାକୁ ଖସିପଡିଥିଲା। ସେଥିରେ ବସିଥିବା ସିୟନଗଡର ଲୁକ ମଣ୍ଡଳ (୬୦) ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ନୂଆଗଡ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଖଜୁରିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ସମୟରେ ଅଟୋ ଚାଳକଙ୍କ ସ୍ତ୍ରୀ ବଡପଦା ଗ୍ରାମର ଡଲି କର (୩୦) ଏବଂ ଜଳଙ୍ଗ ଗ୍ରାମର ପ୍ରତ୍ୟୁଷ କାର୍ଯୀ (୯)ଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ଆହତମାନେ ହେଲେ ନୂଆଗଡ ଗ୍ରାମର ଜଗନ୍ନାଥ ସାହୁ, ବଡପଦାର ସାଧୁ କର, ବାରଡାଙ୍ଗର ସୁରେଶ ରଇତ, ଲିଜାମଣି ରଇତ, ଆବାଡାର ଗାୟ ଶବର, ଅଶୋକ ଶବର, ଜଲାଙ୍ଗ ଗ୍ରାମର ତ୍ରିବେଣୀ ରଇତ, କେରେଡାଙ୍ଗ ଗ୍ରାମର ଇସୁଦାନ କରାଡ, ତରଜସିଂ ଗ୍ରାମର ଗାୟତ୍ରୀ ମଣ୍ଡଳ। ଅନ୍ୟଜଣଙ୍କ ପରିଚୟ ମିଳିପାରିନାହିଁ। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କ ମଧ୍ୟରୁ ଜଗନ୍ନାଥ ସାହୁ ଏବଂ ଅଟୋ ଚାଳକ ସାଧୁ କରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ୮ ଆହତଙ୍କୁ ପାରଳାଖେମୁଣ୍ଡି ମେଡିକାଲ୍‌କୁ ପଠାଯାଇଛି। ଆର.ଉଦୟଗିରି ପୋଲିସ ଅଟୋ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପାରଳାଖେମୁଣ୍ଡି ମେଡିକାଲ୍‌ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri