କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ

ଗୋପାଳପୁର,୧୫।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ ନଗରର ସ୍ବପ୍ନା ରେଡି ସଞ୍ଜୁ ରେଡି ଓ ଭାରତୀ ରେଡି(୧୨)ବୋଲି ଜଣାପଡିଛ। ଆହତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛ।

ମିଳିଥିବା ସୂଚନା ଅନୁଯାୟୀ, ମାଣ୍ଡିଆପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଗୋଟିଏ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଲାଞ୍ଜିପଲ୍ଲୀ ଗ୍ରାମରୁ କନ୍ୟାଯାତ୍ରୀମାନେ ମାଣ୍ଡିଆପଲ୍ଲୀରେ ପହଞ୍ଚିଥିଲେ। ସମସ୍ତେ ଗାଡିରୁ ଓହ୍ଲାଇ ରାସ୍ତା ଉପରେ ପ୍ରାୟ ୩୦ରୁ ଉର୍ଦ୍ଧ୍ୱ ଲୋକ ଠିଆ ହୋଇ ବର ପକ୍ଷର ଲୋକଙ୍କୁ ଅପେକ୍ଷା କରିବା ସହ ଫୋଟ ଉଠାଉଥିଲେ। ଠିକ୍‌ ଏହି ସମୟରେ ଏକ ସ୍କର୍ପିଓ ଦ୍ରୁତ ଗତିରେ ଆସି କନ୍ୟାଯାତ୍ରୀଙ୍କ ଉପରେ ମାଡିଯାଇଥିଲା । ସ୍ଥାନୀୟ ଲୋକଙ୍କ ସହାୟତାରେ ଗୋପାଳପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚିି ଆହତଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜିକୁ ପଠାଯାଇଥିଲା। ହେଲେ ସେଠାରେ ୩ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟମାନଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି l ଜଣେ ଗୁରୁତରଙ୍କୁ ବିଶାଖାପାଟମକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପର୍କରେ ଖବରପାଇ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ.ଗୋପବନ୍ଧୁ ଦାଶ ବ୍ରହ୍ମପୁର ବଡ଼ ମେଡିକାଲରେ ପହଞ୍ଚି ଆହତ ପରିବାର ବର୍ଗ ସହ ଆଲୋଚନା କରିବା ସହ ଆହତମାନଙ୍କୁ କିଭଳି ଉତ୍ତମ ସ୍ବାସ୍ଥ୍ୟ ସେବା ମିଳିବ ନେଇ ମେଡିକାଲ କର୍ତ୍ତୃପକ୍ଷ ସହ ଆଲୋଚନା କରିଥିଲେ। ଅନ୍ୟପଟେ ସ୍କର୍ପିଓ ଚାଳକ ଜଣଙ୍କ ମଦ୍ୟପାନ କରି ଗାଡି ଚଳାଇଥିବା ପୋଲିସ ତଦନ୍ତରେ ଜାଣିବାକୁ ପାଇଛି l ମର୍ମନ୍ତୁଦ ଦୁର୍ଘଟଣା


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri