୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ଦଣ୍ଡଯାତ୍ରା ଲାଗି ମଞ୍ଚ ପ୍ରସ୍ତୁତ କରାଯାଉଥିବା ବେଳେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୩ଜଣ ଦଣ୍ଡୁଆଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମିଲନ ମହାଳିକ (୩୪), ଲକ୍ଷ୍ମୀଧର ସାହୁ (୨୪) ଓ ସୁଧାକର ସାହୁ (୪୦)।

ସୂଚନାରୁ ଜଣାପଡ଼ିଛି, ସନ୍ଧ୍ୟାରେ ଦଣ୍ଡଯାତ୍ରା ପାଇଁ କେତେଜଣ ଦଣ୍ଡୁଆ ମଞ୍ଚ ପ୍ରସ୍ତୁତ କରୁଥିଲେ। ଏହି ସମୟରେ ମଞ୍ଚ ଉପରେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାରରେ ଟେଣ୍ଟ୍‌ର ଷ୍ଟିଲ ବାର୍‌ ଲାଗିଯାଇଥିଲା। ଫଳରେ ସେମାନେ ଗୁରୁତର ଆହତ ହୋଇଥିଲେ। ତୁରନ୍ତ ସେମାନଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ମଧ୍ୟରୁ ଜଣଙ୍କ ଘର ପାଟଳା ଗ୍ରାମରେ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କ ଘର ଓଡ଼ାପଡ଼ା ବ୍ଲକ ମୋଟଗାଁ ଥାନା ଅନ୍ତର୍ଗତ ବିଡ଼ୋ ଗ୍ରାମରେ ବୋଲି ଜଣାପଡ଼ିଛି। ଗୁରୁତର ଆହତ ପାଟଳା ଗ୍ରାମର ପ୍ରଫୁଲ୍ଲ ତରେଇଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ନିର୍ମଳ ସାହୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

ଖବର ପାଇ ବାଲିମି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହିନ୍ଦୋଳ ଏସ୍‌ଡିପିଓ ସତ୍ୟକୁମାର ନନ୍ଦ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ଛନ୍ତି। ସନ୍ଧ୍ୟାରେ ଘଟଣା ସମ୍ପର୍କରେ ଖବର ପାଇ ଢେଙ୍କାନାଳ ଏମ୍‌ପି ରୁନ୍ଦ୍ରନାରାୟଣ ପାଣି ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ଜଣାଇବା ସହ ପଦକ୍ଷେପ ନେବା ପାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri