ଅଟୋ-ଟାଟାଏସିଇ ମୁହାଁମୁହିଁ: ୩ ମୃତ, ୫ ଗୁରୁତର

ବାରିପଦା ଅଫିସ,୯।୧: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ଦେଉଳି ରାସ୍ତାର ବାଙ୍କିଶୋଳ ପାଖରେ ସୋମବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋ ଏବଂ ମାଲବୋଝେଇ ଏସିଇ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଖବରପାଇ ସଦର ଥାନା ପୋଲିସ ଓ ବାରିପଦା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାରକରି ବାରିପଦା ପିଆର୍‌ଏମ୍‌ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁକରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri