ରେଳଧାରଣାରୁ ୩ ମୃତଦେହ ଜବତ

ବ୍ରହ୍ମପୁର,୩୧ା୧୨ (ସୁବାସ ଚନ୍ଦ୍ର ପାଢ଼ୀ)ସରକାରୀ ରେଳବାଇ ପୋଲିସ (ଜିଆରପି) ପୃଥକ ପୃଥକ ରେଳଧାରଣାରୁ ୩ ମୃତଦେହ ଜବତ କରିଛି। ଦୁଇଜଣଙ୍କର ପରିଚୟ ସ୍ପଷ୍ଟ ହୋଇଛି। ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ। ଶୁକ୍ରବାର ଛତ୍ରପୁର ରେଳଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଥିଲା। ମୃତକଙ୍କ ପକେଟରୁ ମିଳିଥିବା ମୋବାଇଲ ଫୋନରେ ପୋଲିସ ତାଙ୍କ ଘର ଲୋକଙ୍କୁ ଜଣାଇଥିଲା। ଯୁବକ ଜଣଙ୍କ ଭଦ୍ରକ ଜିଲା ବାସୁଦେବପୁର ଥାନା ବରୁଆଁର ତନ୍ମୟ ମଲିକ (୩୫)। ମୃତକଙ୍କ ଭାଇ ଶଶାଙ୍କ ଶେଖର ମଲିକ ଏମକେସିଜି ମେଡିକାଲରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। କିଛିମାସ ତଳେ ତନ୍ମୟ କାମ କରିବା ପାଇଁ ଆନ୍ଧ୍ରର ଅଙ୍ଗୁଲ ଯାଇଥିଲେ। ସେ ଅନ୍ତ୍ୟୋଦୟ ଏକ୍ସପ୍ରେସ ଟ୍ରେନରେ ଭଦ୍ରକ ଫେରୁଥିଲେ। ତାଙ୍କ ସହ ଗୌରାଙ୍ଗ ତରାଇ ନାମକ ଜଣେ ଯୁବକ ଉକ୍ତ ଟ୍ରେନରେ ଯାତ୍ରା କରୁଥଲେ। ତନ୍ମୟ ଟ୍ରେନର ଦ୍ୱାର ଦେଶରେ ଠିଆ ହୋଇଥିବା ବେଳେ ଅସାବଧାନତା ଯୋଗୁଁ ଖସିପଡିଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ଜବତ କରି ନଂ.୯୦/୨୩ ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ସେହିପରି ବ୍ରହ୍ମପୁର ନିକଟ ଖୋଡାସିଂ ରେଳଧାରଣାରୁ ଜଣେ ଲୋକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ବ୍ୟକ୍ତି ଜଣଙ୍କ ଗୋପାଳପୁର ଥାନା ଡୁରା ଗ୍ରାମର କେ. ଗୌରୀ ଶଙ୍କର ରେଡ୍ଡୀ(୫୮)। ସେ ମାଲକାନଗିରି ଜିଲାପାଳ କାର୍ଯ୍ୟାଳୟରେ କିରାଣୀ କାମ କରୁଥିଲେ। କୌଣସି କାମରେ ସେ ଭୁବନେଶ୍ୱର ଆସିଥିବା ବେଳେ ଗତ ୨୮ ତାରିଖ ସକାଳେ ତାଙ୍କ ଘର ଲୋକଙ୍କ ସହ କଥାବାର୍ତ୍ତା ହୋଇଥିଲେ। ତାଙ୍କ ନିକଟରୁ ବିଶାଖା ଏକ୍ସପ୍ରେସ ଭୁବନେଶ୍ୱରରୁ ବ୍ରହ୍ମପୁର ଟ୍ରେନ ଟିକେଟ ମିଳିଛି। କେ. ମୋହନ ରେଡ୍ଡୀ ତାଙ୍କ ଭାଇଙ୍କ ମୃତଦେହ ଚିହ୍ନଟ କରିଛନ୍ତି। ଟ୍ରେନରୁ ଖସିପଡି ମୃତ୍ୟୁ ହୋଇଥିବା ପୋଲିସ ଅନୁମାନ କରୁଛି। ପୋଲିସ ନଂ.୯୧/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ସେହିପରି ଛତ୍ରପୁର -ଗଞ୍ଜାମ ମଧ୍ୟ ରେଳଧାରଣରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ବୟସ ଆନୁମାନିକ ୪୦ରୁ ୪୨ ବର୍ଷ ହେବ ବୋଲି ପୋଲିସ କହିଛି। ଏ ସଂକ୍ରାନ୍ତରେ ଥାନାରେ ନଂ.୯୨/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପରିଚୟ ମିଳିନ
ଥିବାରୁ ମୃତଦେହ ସଂରକ୍ଷିତ ରଖାଯାଇଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri