ଯାତ୍ରା ଦେଖିବାକୁ ଯିବାବେଳେ ଚାପିଦେଲା ଅଜଣାଗାଡ଼ି, ୩ ଜଣଙ୍କ ଜୀବନ

ପଦ୍ମପୁର,୨୧ା୫(ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ପାଖ ଗୁମୁଡ଼ା ବ୍ରିଜ୍‌ ଉପର ଅଜଣାଗାଡ଼ି ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଦୁଇ ଜଣ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁଣପୁର ମେଡିକାଲରେ ମୃତ୍ୟୁ ହୋଇଛି।

ପ୍ରାପ୍ତ ସୂଚନାନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଗୁମୁଡ଼ା ପଟରୁ ପାଖ କାରେଣୀ ଗାଁକୁ ଠାକୁରାଣୀ ଯାତ୍ରା ଦେଖିବା ପାଇଁ ଏକ ବାଇକ୍‌ ଯୋଗେ କଇଠପଦର ଗ୍ରାମର ବୁଲୁ ଶବର(୧୯), ସୁବ୍ରତ ଶବର(୧୭)ଓ ଆରକା ବାଳକ୍ରିଷ୍ଣା(୧୮)ଗୁମୁଡ଼ାରୁ କାରେଣୀ ଠାକୁରାଣୀ ଯାତ୍ରା ଦେଖିବା ପାଇଁ ଏକ ବାଇକ୍‌ରେ ଆସୁଥିବା ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହେଇଥିବା ବେଳେ ଅନ୍ୟ ଅତି ଗୁରୁତର ଅବସ୍ଥାରେ ୩ଜଣଙ୍କୁ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଲେ ବୁଲୁ ଶବର ଓ ସୁବ୍ରତ ଶବରଙ୍କ ପଦ୍ମପୁର ମେଡିକାଲ ଡାକ୍ତର କରୁଣାକର ସାହୁ ମୃତ ଘୋଷଣା କରିଥିଲେ ଏବଂ ଅତି ଗୁରୁତର ଥିବା ଆରକା ବାଳକିଷ୍ଣାଙ୍କୁ ଗୁଣପୁର ମେଡିକାଲକୁ ପଠାଇ ଥିବାବେଳେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଖବର ପାଇ ଗୁମୁଡ଼ା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ଗୁଣୁପୁର ପଠାଇ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?