ଝାଡ଼ାବାନ୍ତିରେ ୩ ମୃତ, ୫୦ ଆକ୍ରାନ୍ତ

ଅମରପାଲି,୩୦।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କମିରା ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପୁଛି। ପ୍ରାୟ ୫୦ରୁ ଅଧିକ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୩ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକମାନେ ହେଲେ କମିରା ଗ୍ରାମର ଦର୍ଶନି ବେହେରା(୫୦) ଓ ପରୀକ୍ଷିତ ପ୍ରଧାନ (୫୩) ଓ ନିକଟସ୍ଥ ସୁନାରିବେର୍ଣି ଗ୍ରାମର ଧରଣୀ ଥନାପତି(୧୯)।

ଧରଣୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ଡାକ୍ତରଖାନାକୁ ନେଲାବେଳେ ବାଟରେ ମୃତ୍ୟୁ ହୋଇଛି। ସେହିପରି ପରୀକ୍ଷିତଙ୍କ ସୋନପୁର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ଦର୍ଶନି ବେହେରାଙ୍କ ଘରେ ମୃତ୍ୟୁ ହୋଇଛି। ଗ୍ରାମକୁ ଯାଇଥିବା ପାଇପ ଲାଇନ ଫାଟି ଯିବା ସତ୍ତ୍ବେ ସେହି ଫଟା ପାଇପ ଦେଇ ଜଳ ଯୋଗାଣ ହେଇଥିଲା। ଫଳରେ ସେଥିରେ ଯୋଗାଣ ହେଉଥିବା ଦୂଷିତ ପାଣିପିଇ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପାଖାପାଖି ୫୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମବାସୀ ନିଜ ଖର୍ଚ୍ଚରୁ ଡାକବାଜି ଯନ୍ତ୍ର ଲଗାଇ ଲୋକଙ୍କୁ ପାଇପ ପାଣି ନ ବ୍ୟବହାର କରିବାକୁ ଓ ସଚେତନ ରହିବାକୁ ଘୋଷଣା କରିଛନ୍ତି। ଏନେଇ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟର ଏସ୍‌ଡିଏମ୍‌ଓ ଡା.ସପ୍ନେଶ୍ୱର ବେହେରାଙ୍କୁ ଯୋଗାଯୋଗ କରିବାରୁ କମିରା ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଥିବାବେଳେ ବିଭାଗ ଏଥିପ୍ରତି ତତ୍ପର ରହିଛି ବୋଲି ପ୍ରକାଶ କରିଛନ୍ତି। ମାତ୍ର ମୃତକଙ୍କ ବିଷୟରେ ତାଙ୍କ ପାଖରେ ସୂଚନା ନ ଥିବା କହିଛନ୍ତି। ଜିଲା ଓ ଉପଖଣ୍ଡିୟ ମେଡିକାଲ ଟିମ ଗ୍ରାମକୁ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ନମୁନା ସଂଗ୍ରହ କରି ଚିକିତ୍ସା ଜାରି ରଖିଛନ୍ତି। ଡା.ବେହେରାଙ୍କ ଠାରୁ ମିଳିଥିବା ତଥ୍ୟ ଅନୁସାରେ ଗତ ୨୪ ରୁ ୨୯ ତାରିଖ ମଧ୍ୟରେ ପ୍ରାୟ ୩୧ ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ଜଣ ଆରୋଗ୍ୟ ହୋଇ ସାରିଥିବାବେଳେ ୧୪ ଜଣ ବୀରମହାରାଜପୁର ଓ ସୁବଳୟା ଡାକ୍ତରଖାନାରେ ଏବେ ଚିକିତ୍ସିତ ହେଉଛନ୍ତି। ବିଭାଗ ତରଫରୁ ଆଶା, ଅଙ୍ଗନୱାଡ଼ି କର୍ମୀ, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କର୍ମଚାରୀମାନେ ଲୋକଙ୍କୁ ସଚେତନ କରିବା ସହିତ ସ୍ଥିତି ନିରୀକ୍ଷଣ କରୁଛନ୍ତି। ତେବେ ଅଞ୍ଚଳରେ ଝାଡାବାନ୍ତି ବ୍ୟାପୁଥିବାରୁ ଆଗକୁ ଯେପରି ଅଧିକ ଲୋକ ଆକ୍ରାନ୍ତ ନ ହୁଅନ୍ତି ସେଥିପ୍ରତି ବିଭାଗ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri