ଦନ୍ତା ଉତ୍ପାତରେ ଗଲା ୪ଜଣଙ୍କ ଜୀବନ

ଅନୁଗୋଳ ଅଫିସ,୭।୧: ଅନୁଗୋଳ ସହର ଉପକଣ୍ଠରେ ହାତୀ ଆକ୍ରମଣରେ ଶନିବାର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସହର ଉପକଣ୍ଠ ଅଙ୍ଗାରବନ୍ଧ ଅଞ୍ଚଳର ଅନିରୁଦ୍ଧ ସାହୁ, ଛେଳିଆପଡ଼ା ଅଞ୍ଚଳର ସୁବାସ ବିଶ୍ବାଳ ଓ ବାରସିଂହା ଗାଁ ରମେଶ ଚନ୍ଦ୍ର ସାହୁ। ଏପରି କି ସନ୍ତ୍ରୀ ଅଞ୍ଚଳର ଗୁରୁତର ଥିବା ଅଜୟ ସାମଲଙ୍କ ମଧ୍ୟ ମୃତ୍ୟୁ ହୋଇଥିବା ନେଇ ଅନୁଗୋଳ ବନଖଣ୍ଡ ଡିଏଫଓ ବିବେକ କୁମାର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଅଙ୍ଗାରବନ୍ଧ ଗାଁର ଅନିରୁଦ୍ଧ ବିଲକୁ ଯାଇଥିବା ବେଳେ ସେଠାରେ ହାତୀ ତାଙ୍କୁ ଆକ୍ରମଣ କରିବା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସେହିପରି ବାରସିଂହା ଗାଁର ରମେଶ ସ୍ବାଇଁ ଶୌଚ ପାଇଁ ଗାଁ ପାଖ ନାଳକୁ ଯାଉଥିବା ବେଳେ ହାତୀ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ସେହିପରି ହାତୀ ଆକ୍ରମଣରେ ଛେଳିଆପଡ଼ାର ସୁବାସଙ୍କ ମଧ୍ୟ ମୃତ୍ୟୁ ଘଟିଛି। ସନ୍ତ୍ରୀ ଅଞ୍ଚଳର ଗୁରୁତର ଥିବା ବ୍ୟକ୍ତିଙ୍କ ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୋରରୁ ଏଭଳି ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେବା ସହ ଭୟର ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri