ଦନ୍ତା ଉତ୍ପାତରେ ଗଲା ୪ଜଣଙ୍କ ଜୀବନ

ଅନୁଗୋଳ ଅଫିସ,୭।୧: ଅନୁଗୋଳ ସହର ଉପକଣ୍ଠରେ ହାତୀ ଆକ୍ରମଣରେ ଶନିବାର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସହର ଉପକଣ୍ଠ ଅଙ୍ଗାରବନ୍ଧ ଅଞ୍ଚଳର ଅନିରୁଦ୍ଧ ସାହୁ, ଛେଳିଆପଡ଼ା ଅଞ୍ଚଳର ସୁବାସ ବିଶ୍ବାଳ ଓ ବାରସିଂହା ଗାଁ ରମେଶ ଚନ୍ଦ୍ର ସାହୁ। ଏପରି କି ସନ୍ତ୍ରୀ ଅଞ୍ଚଳର ଗୁରୁତର ଥିବା ଅଜୟ ସାମଲଙ୍କ ମଧ୍ୟ ମୃତ୍ୟୁ ହୋଇଥିବା ନେଇ ଅନୁଗୋଳ ବନଖଣ୍ଡ ଡିଏଫଓ ବିବେକ କୁମାର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଅଙ୍ଗାରବନ୍ଧ ଗାଁର ଅନିରୁଦ୍ଧ ବିଲକୁ ଯାଇଥିବା ବେଳେ ସେଠାରେ ହାତୀ ତାଙ୍କୁ ଆକ୍ରମଣ କରିବା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସେହିପରି ବାରସିଂହା ଗାଁର ରମେଶ ସ୍ବାଇଁ ଶୌଚ ପାଇଁ ଗାଁ ପାଖ ନାଳକୁ ଯାଉଥିବା ବେଳେ ହାତୀ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ସେହିପରି ହାତୀ ଆକ୍ରମଣରେ ଛେଳିଆପଡ଼ାର ସୁବାସଙ୍କ ମଧ୍ୟ ମୃତ୍ୟୁ ଘଟିଛି। ସନ୍ତ୍ରୀ ଅଞ୍ଚଳର ଗୁରୁତର ଥିବା ବ୍ୟକ୍ତିଙ୍କ ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୋରରୁ ଏଭଳି ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେବା ସହ ଭୟର ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri