Categories: ଜାତୀୟ

ବାଣ କାରଖାନାରେ ବିସ୍ଫୋରଣ ଘଟି ୩ ମୃତ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆନ୍ଧ୍ରପ୍ରଦେଶ,୧୧।୧୧: ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାର ତାଡେପାଲିଗୁଡେମ ମଣ୍ଡଳର କାଦିୟାଡ୍ଡା ଗ୍ରାମରେ ଗୁରୁବାର ଏକ ବାଣ କାରଖାନାରେ ବିସ୍ଫୋରଣ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌ ଜଗନ ମୋହନ ରେଡ୍ଡୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ଦେବାକୁ ଅଧିକାରୀନଙ୍କୁ କହିଛନ୍ତି।

Share