ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜେଜେମା, ନାତୁଣୀଙ୍କ ସହ ୩ ମୃତ

ଲକ୍ଷ୍ମୀପୁର,୧୬।୫(ଅନନ୍ତ ନାୟକ): କୋରାପୁଟ ଜିଲା ଓଡ଼ିଆପେଣ୍ଠ ପଞ୍ଚାୟତ ପର୍ଡିଗୁଡ଼ା ଗାଁରେ ଶୁକ୍ରବାର ଅପରାହ୍ନରେ ଏକ ଦୁଖଃଦ ଘଟଣା ଘଟିଛି। ବିଲରେ କାମ କରୁଥିବା ବେଳେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଜେଜେମା, ନାତୁଣୀ ଥିବା ବେଳେ ଅନ୍ୟଜଣେ ମହିଳା ରହିଛନ୍ତି। ମୃତକ ଜେଜେ ମା’ ବୃଦି ମାଣ୍ଡିଙ୍ଗା(୬୦), ନାତୁଣୀ କସା ମାଣ୍ଡିଙ୍ଗା (୧୮)।  ଅନ୍ୟ ଜଣେ ମୃତକ  ହେଲେ କୁମ୍ଭାରଗୁଡା ଗ୍ରାମର ଅମ୍ଭିକା କାଶୀ (୩୫)।

ମିଳିଥିବା ସୂଚନା ମୁତାବକ, ବିଲରେ ଏକାଧିକ ଲୋକ କାମ କରୁଥିଲେ। ହଠାତ୍‌ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏକାଧିକ ବ୍ୟକ୍ତି ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଯୋଗ୍ୟ, ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ାରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ। ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri