ମା’ଙ୍କ ପ୍ରସାଦ ଖାଇ ଘରକୁ ଫେରୁଥିଲେ: ହାତଧରାଧରି ହୋଇ ଚାଲିଗଲେ ଗୋଟିଏ ପରିବାର ୩ ଜଣ, ପରେ…  

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ ଗୋବିନ୍ଦପୁର ପଞ୍ଚାୟତ କଳିଙ୍ଗଦଳା ଗାଁ ବାହୁଦା ନଦୀରେ ଭାସିଯାଇ ୩ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତକ ମାନେ ହେଲେ କଳିଙ୍ଗଦଳା ଗାଁର ଉଷା ବେହେରା(୫୫) ତାଙ୍କ ଝିଅ ଅନୁସୂୟା ବେହେରା(୩୧), ନାତି ଆଦିତ୍ୟ ବେହେରା(୪) ଏବଂ ଗୁରୁତର ଜଣକ ହେଲେ ୩ ବର୍ଷର ନାତୁଣୀ ମଲ୍ଲି ।
ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟାରେ ଏହି ମର୍ମନ୍ତୁଦ ଅଘଟଣ ଘଟିଛି। ଜକର ପଞ୍ଚାୟତ କେ. ନୂଆଗାଁ ଥାନା ନିକଟ ମା’ ରତ୍ନେଶ୍ୱରୀଙ୍କ ମନ୍ଦିରରେ ନବରାତ୍ରି ମହାଷ୍ଟମୀ ପୂଜା ଦେଖିବାକୁ ଉଷା ତାଙ୍କ ଝିଅ ଓ ନାତି ନାତୁଣୀଙ୍କୁ ସାଙ୍ଗରେ ନେଇ ଯାଇଥିଲେ। ସେଠାରେ ପ୍ରସାଦ ସେବନ କରି ଗାଁକୁ ନଦୀ ପାର ହୋଇ ଫେରୁଥିବା ବେଳେ ଅସାବଧାନତା କାରଣରୁ ପାଣି ସ୍ରୋତରେ ଭାସି ଯାଇଥିଲେ। ନଦୀ ତଟରେ ଥିବା କିଛି ବ୍ୟକ୍ତି ସମସ୍ତଙ୍କୁ ଉଦ୍ଧାର କରି ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ମଲ୍ଲିସ୍‌ଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ଏସ.ଆଇ ଗୌତମ ସାହୁ ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଅପମୃତ୍ୟୁ ମାମଲା ରୁଜୁକରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ଉଷାଙ୍କ ଝିଅ ଅନୁସୂୟା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ବଡ଼ଦାଣ୍ଡ ସାହିର ଧୋବା ବେହେରାଙ୍କୁ ବିବାହ କରିଛନ୍ତି। ସେ ଛୁଆ ମାନଙ୍କୁ ନେଇ ତାଙ୍କ ମା’ ଘରକୁ ବୁଲି ଯାଇଥିଲେ। ମଙ୍ଗଳବାର ମଧ୍ୟାହ୍ନରେ ସେମାନେ ନଦୀପାର ହୋଇ ମନ୍ଦିରକୁ ଦର୍ଶନ ନିମନ୍ତେ ଯାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri