ମା’ଙ୍କ ପ୍ରସାଦ ଖାଇ ଘରକୁ ଫେରୁଥିଲେ: ହାତଧରାଧରି ହୋଇ ଚାଲିଗଲେ ଗୋଟିଏ ପରିବାର ୩ ଜଣ, ପରେ…  

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ ଗୋବିନ୍ଦପୁର ପଞ୍ଚାୟତ କଳିଙ୍ଗଦଳା ଗାଁ ବାହୁଦା ନଦୀରେ ଭାସିଯାଇ ୩ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତକ ମାନେ ହେଲେ କଳିଙ୍ଗଦଳା ଗାଁର ଉଷା ବେହେରା(୫୫) ତାଙ୍କ ଝିଅ ଅନୁସୂୟା ବେହେରା(୩୧), ନାତି ଆଦିତ୍ୟ ବେହେରା(୪) ଏବଂ ଗୁରୁତର ଜଣକ ହେଲେ ୩ ବର୍ଷର ନାତୁଣୀ ମଲ୍ଲି ।
ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟାରେ ଏହି ମର୍ମନ୍ତୁଦ ଅଘଟଣ ଘଟିଛି। ଜକର ପଞ୍ଚାୟତ କେ. ନୂଆଗାଁ ଥାନା ନିକଟ ମା’ ରତ୍ନେଶ୍ୱରୀଙ୍କ ମନ୍ଦିରରେ ନବରାତ୍ରି ମହାଷ୍ଟମୀ ପୂଜା ଦେଖିବାକୁ ଉଷା ତାଙ୍କ ଝିଅ ଓ ନାତି ନାତୁଣୀଙ୍କୁ ସାଙ୍ଗରେ ନେଇ ଯାଇଥିଲେ। ସେଠାରେ ପ୍ରସାଦ ସେବନ କରି ଗାଁକୁ ନଦୀ ପାର ହୋଇ ଫେରୁଥିବା ବେଳେ ଅସାବଧାନତା କାରଣରୁ ପାଣି ସ୍ରୋତରେ ଭାସି ଯାଇଥିଲେ। ନଦୀ ତଟରେ ଥିବା କିଛି ବ୍ୟକ୍ତି ସମସ୍ତଙ୍କୁ ଉଦ୍ଧାର କରି ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ମଲ୍ଲିସ୍‌ଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ଏସ.ଆଇ ଗୌତମ ସାହୁ ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଅପମୃତ୍ୟୁ ମାମଲା ରୁଜୁକରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ଉଷାଙ୍କ ଝିଅ ଅନୁସୂୟା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ବଡ଼ଦାଣ୍ଡ ସାହିର ଧୋବା ବେହେରାଙ୍କୁ ବିବାହ କରିଛନ୍ତି। ସେ ଛୁଆ ମାନଙ୍କୁ ନେଇ ତାଙ୍କ ମା’ ଘରକୁ ବୁଲି ଯାଇଥିଲେ। ମଙ୍ଗଳବାର ମଧ୍ୟାହ୍ନରେ ସେମାନେ ନଦୀପାର ହୋଇ ମନ୍ଦିରକୁ ଦର୍ଶନ ନିମନ୍ତେ ଯାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri