ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମା,ପୁଅଙ୍କ ସମେତ ୩ମୃତ

ବରଗଡ/ସୋହେଲା଼,୨୮।୨(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ବରଗଡ଼-ପଦ୍ମପୁର ରାସ୍ତାର ମେଲଛାମୁଣ୍ଡା ଥାନା ଘେଁସ୍‌ଠାରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ(ନଂ-ସିଜି୦୬ଜିଜେଡ୍‌ ୯୨୦୦)କୁ ପଛପଟୁ ଧକ୍କା ଦେଇ ଅନ୍ୟଏକ ସ୍କର୍ପିଓ ଗାଡ଼ି(ନଂ-ସିଜି୧୩ଏୱାଇ ୯୦୫୪)ରେ ବସିଥିବା ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ, ଛତିଶଗଡ଼ ରାୟଗଡ଼ ଜିଲା ଝିକାବାହାଲ ଗ୍ରାମର ଅଂଶୁମାନ ବେହେରା(୧୧), ତାଙ୍କ ମା ଲିଲି ବେହେରା(୩୫) ଏବଂ ସ୍କର୍ପିଓ ଡ୍ରାଇଭର ଉଦୟ ସିଂ ସିଧାର(୪୦)। ସେହିପରି ଅନ୍ୟ ୨ଜଣ ମୃତ ଅଂଶୁମାନଙ୍କ ଭଉଣୀ ଅଂଶିକା(୭) ଏବଂ ବାପା ନୈମିଶ(୪୨) ଗୁରୁତର ଅବସ୍ଥାରେ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅଛନ୍ତି।
ସୂଚନା ଅନୁଯାୟୀ, ମୃତାହତ ସ୍କର୍ପିଓ ଗାଡ଼ିରେ ପଦ୍ମପୁର ପାଖ ସତିଆଁ ଗ୍ରାମକୁ ଯାଉଥିଲେ। ନୈମିଶ ପରିବାର ଲୋକଙ୍କ ସହିତ ଉକ୍ତ ଗ୍ରାମର ତାଙ୍କ ଶ୍ୱଶର ଘରକୁ ଆସୁଥିଲେ। ମାତ୍ର ଘେଁସ୍‌ ନିକଟ ଏକ ଢ଼ାବା ଆଗରେ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକକୁ ପଛପଟୁ ସ୍କର୍ପିଓ ଧକ୍କା ଦେଇଥିଲା। ଫଳରେ ତୀବ୍ରବେଗରେ ଆସୁଥିବା ସ୍କର୍ପିଓର କିଛି ଅଂଶ ଟ୍ରକ ପଛପଟକୁ  ପଶି ଯାଇଥିଲା। ଖବର ପାଇ ମେଲଛାମୁଣ୍ଡା ଥାନା ପୋଲିସ ଅଗ୍ନିଶମ କର୍ମଚାରୀଙ୍କ ସହିତ ଘଟଣାସ୍ଥଳକୁ ପହଞ୍ଚିଥିଲା। ସେଠାରୁ ମୃତାହତଙ୍କୁ ଉଦ୍ଧାର କରି ପ୍ରଥମେ ସୋହେଲା ଡାକ୍ତରଖାନାକୁ ଆଣିଥିଲା। ତେବେ ଅଂଶୁ ଏବଂ ଲିଲିଙ୍କୁ ଡାକ୍ତର ମୃତ ଘୋଷଣା କରିଥିବାବେଳେ ଅନ୍ୟ ୩ଜଣଙ୍କୁ ବରଗଡ଼ର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସ୍କର୍ପିଓ ଡ୍ରାଇଭର ଉଦୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ସୋହେଲା ଥାନା ପୋଲିସ ଏ ନେଇ ଏକ ମାମଲା(ନଂ-୩୯/୨୫) ରୁଜୁ ସହିତ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri