
ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।