୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ପ୍ରକାଶ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ମଙ୍ଗଳବାର ମୃତକଙ୍କ ଘରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଟିମ୍‌ରେ ବୀରମହାରାଜପୁର ଉପଖଣ୍ଡୀୟ ଚିକିତ୍ସାଳୟ ମେଡ଼ିକାଲ ଅଫିସର ଡ.ମାନସ କୁମାର ନାୟକ, ସିଏଚଓ ବିଭୁଦେନ୍ଦ୍ର ପ୍ରତାପ ବିଶାଳ, ଭାରପ୍ରାପ୍ତ ପୁରୁଷ ଏମ୍‌ପିଏଚ୍‌ଏସ ଗିରିଧାରୀ ସାହୁ, ଫାର୍ମାସିଷ୍ଟ ଗଦାଧର ସୁରଜାଲ, ଏଲଟି ବିଶ୍ୱଜିତ ବାରିକ, ଏଏନଏମ ଭାମାବତୀ ହାତୀ ପ୍ରଥମେ ଦାଦରପାଲି ଯାଇ କିଡ଼ନୀ ରୋଗରେ ମୃତ ମେଘୁ ମହାକୁରଙ୍କ ଘରକୁ ଯାଇ ତାଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ। ପରବର୍ତ୍ତୀ ସମୟରେ ହୋତାପାଲି ଗ୍ରାମକୁ ଯାଇ ଅନିଲ ଲାକ୍ରା ଓ ଅମିତ ଲାକ୍ରାଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ। ଏହା ସହିତ ଉଭୟ ଗ୍ରାମରେ ପାନୀୟ ଜଳ ପାଇଁ ବହୁଳ ଭାବରେ ବ୍ୟବହାର ହେଉଥିବା କୂପ ଓ ନଳକୂପର ଜଳ ନମୁନା ମଧ୍ୟ ସଂଗ୍ରହ କରି ପରୀକ୍ଷା ପାଇଁ ନେଇଛନ୍ତି। ଏହା ସହିତ ଦୁର୍ଜନତୈଲା ପଞ୍ଚାୟତ ର ମସିଣାପାଲି ଗ୍ରାମରେ ମଧ୍ୟ ରକ୍ତ ନମୁନା ସଂଗ୍ରହ କରିଥିଲେ। ସମୁଦାୟ ୩୬ଟି ରକ୍ତ ନମୁନା ସଂଗ୍ରହ କରାଯାଇଛି। ଏହା ସହିତ ଗ୍ରାମରେ ଲୋକଙ୍କ ରକ୍ତ ନମୁନା ଓ ପାନୀୟ ଜଳ ସଂଗ୍ରହ କରି ପରୀକ୍ଷା ପାଇଁ ନେଇଛନ୍ତି। ସୂଚନାନୁସାରେ ଗତ ସୋମବାର ବହଳପଦର ପଞ୍ଚାୟତର ହୋତାପାଲିରେ ଅନୀଲ ଲାକ୍ରା (୫୦)ଙ୍କ କିଡନୀ ରୋଗର ମୃତ୍ୟୁ ଘଟିଥଲା l ଏହାର ୪ଦିନ ପରେ ତାଙ୍କ ପୁତୁରା ଅମିତ ଲାକ୍ରା (୩୦)ଙ୍କ ମଧ୍ୟ କିଡନୀ ରୋଗରେ ମୃତ୍ୟୁ ହୋଇଥଲା। ଅମିତଙ୍କ ମୃତ୍ୟୁର ଚାରି ଦିନ ପରେ ଦୁର୍ଜନତୈଲା ପଞ୍ଚାୟତ ଦାଦରପାଲି ଗ୍ରାମର ମେଘୁ ମହାକୁର(୩୪)ଙ୍କ ମଧ୍ୟ କିଡନୀ ରୋଗରେ ମୃତ୍ୟୁ ହୋଇଥଲା। ଏ ନେଇ ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗ ମୃତକଙ୍କ ଘରେ ପହଞ୍ଚିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri