୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ପ୍ରକାଶ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ମଙ୍ଗଳବାର ମୃତକଙ୍କ ଘରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଟିମ୍‌ରେ ବୀରମହାରାଜପୁର ଉପଖଣ୍ଡୀୟ ଚିକିତ୍ସାଳୟ ମେଡ଼ିକାଲ ଅଫିସର ଡ.ମାନସ କୁମାର ନାୟକ, ସିଏଚଓ ବିଭୁଦେନ୍ଦ୍ର ପ୍ରତାପ ବିଶାଳ, ଭାରପ୍ରାପ୍ତ ପୁରୁଷ ଏମ୍‌ପିଏଚ୍‌ଏସ ଗିରିଧାରୀ ସାହୁ, ଫାର୍ମାସିଷ୍ଟ ଗଦାଧର ସୁରଜାଲ, ଏଲଟି ବିଶ୍ୱଜିତ ବାରିକ, ଏଏନଏମ ଭାମାବତୀ ହାତୀ ପ୍ରଥମେ ଦାଦରପାଲି ଯାଇ କିଡ଼ନୀ ରୋଗରେ ମୃତ ମେଘୁ ମହାକୁରଙ୍କ ଘରକୁ ଯାଇ ତାଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ। ପରବର୍ତ୍ତୀ ସମୟରେ ହୋତାପାଲି ଗ୍ରାମକୁ ଯାଇ ଅନିଲ ଲାକ୍ରା ଓ ଅମିତ ଲାକ୍ରାଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ। ଏହା ସହିତ ଉଭୟ ଗ୍ରାମରେ ପାନୀୟ ଜଳ ପାଇଁ ବହୁଳ ଭାବରେ ବ୍ୟବହାର ହେଉଥିବା କୂପ ଓ ନଳକୂପର ଜଳ ନମୁନା ମଧ୍ୟ ସଂଗ୍ରହ କରି ପରୀକ୍ଷା ପାଇଁ ନେଇଛନ୍ତି। ଏହା ସହିତ ଦୁର୍ଜନତୈଲା ପଞ୍ଚାୟତ ର ମସିଣାପାଲି ଗ୍ରାମରେ ମଧ୍ୟ ରକ୍ତ ନମୁନା ସଂଗ୍ରହ କରିଥିଲେ। ସମୁଦାୟ ୩୬ଟି ରକ୍ତ ନମୁନା ସଂଗ୍ରହ କରାଯାଇଛି। ଏହା ସହିତ ଗ୍ରାମରେ ଲୋକଙ୍କ ରକ୍ତ ନମୁନା ଓ ପାନୀୟ ଜଳ ସଂଗ୍ରହ କରି ପରୀକ୍ଷା ପାଇଁ ନେଇଛନ୍ତି। ସୂଚନାନୁସାରେ ଗତ ସୋମବାର ବହଳପଦର ପଞ୍ଚାୟତର ହୋତାପାଲିରେ ଅନୀଲ ଲାକ୍ରା (୫୦)ଙ୍କ କିଡନୀ ରୋଗର ମୃତ୍ୟୁ ଘଟିଥଲା l ଏହାର ୪ଦିନ ପରେ ତାଙ୍କ ପୁତୁରା ଅମିତ ଲାକ୍ରା (୩୦)ଙ୍କ ମଧ୍ୟ କିଡନୀ ରୋଗରେ ମୃତ୍ୟୁ ହୋଇଥଲା। ଅମିତଙ୍କ ମୃତ୍ୟୁର ଚାରି ଦିନ ପରେ ଦୁର୍ଜନତୈଲା ପଞ୍ଚାୟତ ଦାଦରପାଲି ଗ୍ରାମର ମେଘୁ ମହାକୁର(୩୪)ଙ୍କ ମଧ୍ୟ କିଡନୀ ରୋଗରେ ମୃତ୍ୟୁ ହୋଇଥଲା। ଏ ନେଇ ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗ ମୃତକଙ୍କ ଘରେ ପହଞ୍ଚିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri