ଝାଡ଼ାବାନ୍ତିରେ ୩ ଦିନରେ ୩ ମୃତ

ନନ୍ଦାହାଣ୍ଡି,୧୩।୮(ପ୍ରତୀପ୍‌ କୁମାର ଦାଶ): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକର ଝାଡ଼ବନ୍ଧଗୁଡ଼ା ପଞ୍ଚାୟତ ଦଣ୍ଡସେନାଗୁଡ଼ାରେ ଗତ ୩ ଦିନରେ ୩ ଜଣଙ୍କର ଝାଡ଼ାବାନ୍ତିରେ ମୃତ୍ୟୁ ହୋଇଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ସେଠାରେ ପହଞ୍ଚି ଗାଁ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରୁଛି। କେହି ଗୁଣିଗାରେଡ଼ି କରିଥିବା ସନ୍ଦେହରେ ଗୁଣିଆ ଆଣି ଝଡ଼ାଫୁଙ୍କା କରିବା ପରେ ସବୁକିଛି ଠିକ୍‌ ହୋଇଯିବ ବୋଲି ଗ୍ରାମବାସୀ କହୁଛନ୍ତି।
ସୂଚନାନୁଯାୟୀ, ଡମ୍ବୁରୁ ଅମନାତ୍ୟଙ୍କ ଝିଅ ଜାନକୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ। ସେ ଡାକ୍ତରଙ୍କ ପରାମର୍ଶ ନ ମାନି ସୁସ୍ଥ ହେବା ପୂର୍ବରୁ ସେଠାରୁ ଫେରିଆସିଥିଲେ। ଶୁକ୍ରବାର ଗାଁରେ ତାଙ୍କର ମୃତ୍ୟୁ ହୋଇଥିଲା। ସେହିଭଳି ଗାଁର ନରସିଂହ ନାୟକ ରବିବାର ଓ ପାଖ ଗାଁ ଜଗନ୍ନାଥପୁରରୁ ଦଣ୍ଡସେନାଗୁଡ଼ାକୁ ଆସିଥିବା ବୃଦ୍ଧା ତୁଲସା ଅମନାତ୍ୟଙ୍କ ସୋମବାର ସକାଳେ ମୃତ୍ୟୁ ହୋଇଛି। ଖବର ପାଇ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଦଣ୍ଡସେନାଗୁଡ଼ା ଗ୍ରାମକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରିବା ସହ ଭଲ ଖାଇବା ଓ ଗରମପାଣି ପିଇବାକୁ ସଚେତନ କରାଇଛି। ରବିବାର ଗାଁର ଶ୍ରୀଧର ଅମନାତ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାପରେ ପରିବାର ଲୋକେ ଗୁଣିଆ ପାଖକୁ ନେଇଥିଲେ। ସେଠାରୁ ଫେରିବା ପରେ ଡାକ୍ତରୀ ଟିମ୍‌ ଶ୍ରୀଧରଙ୍କୁ ଡାକ୍ତରଖାନା ନେବାକୁ କହିଥିଲେ ମଧ୍ୟ ପରିବାର ଲୋକ ରାଜି ହୋଇ ନ ଥିଲେ। ଘରେ ହିଁ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅତିରିକ୍ତ ଜିଲା ଚିକିତ୍ସାଧିକାରୀଙ୍କ ତତ୍ତ୍ୱାବଧାନରେ ଏକ ଡାକ୍ତରୀ ଟିମ୍‌ ଗାଁରେ ରହିଛି। ପାଣି ନମୁନା ଓ ଆକ୍ରାନ୍ତଙ୍କଠାରୁ ରେକ୍‌ଟାଲ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି । ରିପୋର୍ଟ ଆସିବା ପରେ ଠିକ୍‌ ତଥ୍ୟ ମିଳିପାରିବ ବୋଲି ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ନବ କିଶୋର ବେହେରା ସୂଚନା ଦେଇଛନ୍ତି। ତେବେ ଡାକ୍ତରଙ୍କୁ ସହଯୋଗ ନ କରି କେବଳ ଗୁଣିଆ ଏବଂ ଦିଶାରୀଙ୍କ ପାଖରେ ପୂଜା ଏବଂ ଚିକିତ୍ସା କରାଇବା ଦ୍ୱାରା ସ୍ଥିତି ଜଟିଳ ହେବାର ଆଶଙ୍କା ରହିଛି। ତେଣୁ ସ୍ଥିତି ସୁଧୁରିବା ଯାଏ ଏକ ଡାକ୍ତରୀ ଟିମ୍‌ ଗ୍ରାମରେ ଉପସ୍ଥିତ ରହିବ ବୋଲି ସୂଚନା ମିଳିଛି।

ଫଟୋ-ଡାକ୍ତରୀ ଟିମ୍‌ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଚିକିତ୍ସା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri