୩ ପର୍ଯ୍ୟଟନସ୍ଥଳୀର ହେବ ବିକାଶ

ବାରିପଦା ଅଫିସ,୧୮ା୩: ରାଜ୍ୟ ପର୍ଯ୍ୟଟନ ବିଭାଗର ଏକ ଅନୁଧ୍ୟାନକାରୀ ଦଳ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଜିଲାର ତିନୋଟି ପର୍ଯ୍ୟଟନସ୍ଥଳୀକୁ ଯାଇ ଏହାର ସ୍ଥିତାବସ୍ଥା ପରଖିବା ସହିତ ପୁନରୁଦ୍ଧାର ଓ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କ ଜିଲା ଗସ୍ତ ପରେ ପର୍ଯ୍ୟଟନସ୍ଥଳୀର ବିକାଶ ନେଇ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଥିବାରୁ ଜିଲାବାସୀଙ୍କ ମଧ୍ୟରେ ଆଶା ସଂଚାର ହୋଇଛି ।
ଜିଲାର ତିନୋଟି ପର୍ଯ୍ୟଟନ ସ୍ଥଳୀ ଦେବକୁଣ୍ଡ, ଭୀମକୁଣ୍ଡ ଓ ଖିଚିଂ ସ୍ଥିତ ମା’ କିଚକେଶ୍ୱରୀ ମନ୍ଦିରର ରୂପାନ୍ତରୀକରଣ ଓ ବିକାଶ ନିମନ୍ତେ ବିଭାଗ ପକ୍ଷରୁ ସର୍ଭେ ଆରମ୍ଭ ହୋଇଛି। ଏହି ପର୍ଯ୍ୟଟନସ୍ଥଳୀଗୁଡିକର ଉନ୍ନତିକରଣ ଓ ସୌର୍ନ୍ଦ୍ୟକରଣ ନିମନ୍ତେ ୧୮କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟ ଅଟକଳ କରାଯାଇଛି ା ପ୍ରକଳ୍ପ ନିର୍ମାଣକୁ ନେଇ ବିଭାଗୀୟ ଇଞ୍ଜିନିୟର ଓ ଆର୍କିଟେକ୍ଟର ଏକ ବିଶେଷଜ୍ଞଙ୍କ ଦଳ ଶୁକ୍ରବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ଭେଟି ଆଲୋଚନା କରିଛନ୍ତି । ଅତିରିକ୍ତ ଜିଲାପାଳ ରୁଦ୍ର ନାରାୟଣ ମହାନ୍ତି, ଜିଲା ପର୍ଯ୍ୟଟନ ଅଧିକାରୀ ତନୁଜା ସିର୍କା ପ୍ରମୁଖ ଉପସ୍ଥିତ ଥିଲେ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ପ୍ରକାର ଯୋଜନା ହାତକୁ ନିଆଯାଇଛି। ସେମାନଙ୍କ ସୁବିଧା ନିମନ୍ତେ ପିକ୍‌ନିକ ସ୍ଥାନ ନିର୍ମାଣ, ପାର୍କ, ଖାଇବା ପାଇଁ ରେଷ୍ଟୁରାଣ୍ଟ ଓ କାଫେ, ରାତ୍ରି ଆଶ୍ରୟସ୍ଥଳୀ, ଗମନାଗମନ ରାସ୍ତାର ପ୍ରଶସ୍ତିକରଣ, ଆଲୋକୀକରଣ ଆଦି ବ୍ୟବସ୍ଥା କରିବା ସହ ଗାଇଡ ବ୍ୟବସ୍ଥା କରିବା ଆଦି ରହିଛି । ଏହି ଦଳରେ ପର୍ଯ୍ୟଟନ ବିଭାଗର ଭାରପ୍ରାପ୍ତ ଅଧିକ୍ଷଣ ଯନ୍ତ୍ରୀ ଇଂ. ସୁନୀଲ ବେହେରା ଓ ବିଏମ୍‌ୟୁ ମୁଖ୍ୟ ଲୋକେଶ କୁମାରଙ୍କ ସହିତ ଦୁଇ ଜଣ ଆର୍କିଟେକ୍ଟର ଜିଲା ଗସ୍ତରେ ଆସିଛନ୍ତି। ଏହି ପର୍ଯ୍ୟଟନସ୍ଥଳୀ ଗୁଡିକ ବୁଲି ଆବଶ୍ୟକ ବ୍ୟବସ୍ଥା ସମ୍ପର୍କରେ ରିପୋର୍ଟ ସଂଗ୍ରହ କରି ପ୍ରଦାନ କରିବେ ବୋଲି ଜଣାପଡିଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?