ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାବ୍ୟତୀତ ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ବାରିପଦାସ୍ଥିିତ ପିଆର୍‌ଏମ୍‌ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ମୃତକମାନେ ହେଲେ ଆଲବନ୍ଧ ଗ୍ରାମର ରାଜକିଶୋର ନାଏକ(୬୨), କରଞ୍ଜିଆ ଅଞ୍ଚଳର ନିଦ୍ରାବତୀ ନାଏକ(୫୦) ଓ ଅନ୍ୟ ଜଣେ ଚାଉଳିଆଶୋଳ ଗ୍ରାମର ନାବାଳକ। ଆକ୍ରାନ୍ତ ଗ୍ରାମରେ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ପହଞ୍ଚି ଚିକିତ୍ସାସେବା ଯୋଗାଇଦେଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ କହିଛନ୍ତି।
ସୂଚନାଯୋଗ୍ୟ, ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁର ଶୁଦ୍ଧିକ୍ରିୟା ଭୋଜି ଖାଇବା ପାଇଁ ୧୭ ତାରିଖରେ ଗ୍ରାମର ଶତାଧିକ ଲୋକ ପହଞ୍ଚି ଥିଲେ। ବନ୍ଧୁବର୍ଗ ଓ ପ୍ରିୟଜନଙ୍କ ନିମନ୍ତେ ସେଠାରେ ପ୍ରସ୍ତୁତ ହୋଇଥିବା ମାଛ, ଭାତ, ଡାଲମା, ଖଟା ଆଦି ସମସ୍ତେ ଖାଇଥିଲେ। ଭୋଜି ଖାଇବାର ପରଦିନ ହଠାତ୍‌ କେତେଜଣଙ୍କର  ପେଟଯନ୍ତ୍ରଣା ହେବା ସହ ଝାଡ଼ାବାନ୍ତି ଆରମ୍ଭ ହୋଇଥିଲା। ଧୀରେ ଧୀରେ ଏହା ବ୍ୟାପିବାରୁ ଗ୍ରାମର ୪୦ରୁ ୫୦ଜଣ ଆକ୍ରାନ୍ତ ହୋଇଥିଲେ ବୋଲି ଚିକିତ୍ସିତ ହେଉଥିବା ଗ୍ରାମର ଧରଣୀଧର ନାଏକ, ସୁଜିତ କୁମାର ନାଏକ ଓ ହେମନ୍ତ ଶେଖର ନାଏକ କହିଛନ୍ତି।
ଗୁରୁତରମାନଙ୍କୁ ପିଆର୍‌ଏମ୍‌ ମେଡିକାଲର ଝାଡ଼ାବାନ୍ତି ୱାର୍ଡରେ ଭର୍ତ୍ତିକରି ଚିକିତ୍ସା କରାଯାଉଛି। ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳା, ଜଣେ ବୃଦ୍ଧ ଓ ଜଣେ ୭ବର୍ଷର ଶିଶୁଙ୍କୁୁ ମିଶାଇ ମୋଟ ୩ଜଣଙ୍କ ମୃତ୍ୟୁ ଘଟିଛି। ଝାଡ଼ାବାନ୍ତିର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ମେଡିକାଲ ଟିମ୍‌ ପହଞ୍ଚି ଖାଦ୍ୟ ଓ ପାଣିର ନମୁନା ସଂଗ୍ରହ କରି ପରୀକ୍ଷା ନିରୀକ୍ଷା ଚଳାଇଛନ୍ତି।
ଏହି ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ମିଶ୍ରଙ୍କୁ ପଚାରିବାରୁ ଗ୍ରାମରେ ଥିବା ଖୋଲା କୂଅରୁ ପାଣି ନେଇ ଭୋଜି ପ୍ରସ୍ତୁତ ହୋଇଥିଲା। ଖାଦ୍ୟ ଯାଞ୍ଚ ଅଧିକାରୀ, ବଡ଼ସାହି ଡାକ୍ତରଖାନାର ଚିକିତ୍ସା ଅଧିକାରୀଙ୍କ ସମେତ ତିନୋଟି ଟିମ୍‌ ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଘଟଣାର ଯାଞ୍ଚ ଜାରି ରଖିଛନ୍ତି। ଜଳଉତ୍ସଗୁଡ଼ିକରୁ ଜଳ ନମୁନା ସଂଗ୍ରହ କରି ଯାଞ୍ଚ ନିମନ୍ତେ ପଠାଯାଇଛି। ତେବେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଛି ଓ ନାବାଳକଙ୍କ ମୃତ୍ୟୁକୁ ନେଇ ତଦନ୍ତ ଜାରି ରହିଛି ବୋଲି ସେ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri