୩ ଅଙ୍ଗନୱାଡି କର୍ମୀଙ୍କୁ ଛଟେଇ ପ୍ରତିବାଦ: ନବମ ଦିନରେ ଧାରଣା

ଛତ୍ରପୁର,୧୩।୭(ଡି.ଏନ୍‌.ଏ.): ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘ ଛତ୍ରପୁର ବ୍ଲକ ପକ୍ଷରୁ ୩ ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ ୬୦ ବର୍ଷ ବୟସରେ କାର୍ଯ୍ୟରୁ ବହିଷ୍କାର କରାଯାଇଥିଲା। ଏ ନେଇ ସିଡିପିଓଙ୍କ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ ୮ ଦିନ ହେଲା ଧାରଣା ଚାଲିଛି। ଏ ନେଇ ମଙ୍ଗଳବାର ନବମ ଦିନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଛି। କରାପଲ୍ଲୀ-୧ ଅଙ୍ଗନୱାଡି କେନ୍ଦ୍ରର କେ.କମଳା, ଟାଙ୍ଗଣାପଲ୍ଲୀ-୨ କେନ୍ଦ୍ରର ମଞ୍ଜୁମାଳା ପଣ୍ଡା ଓ ଚମାଖଣ୍ଡି-୧ କେନ୍ଦ୍ରର ଗିରିଜା ଗୌଡଙ୍କୁ ଛଟେଇ କରାଯାଇଛି। ରାଜ୍ୟ ସରକାରଙ୍କ ନିୟମ ପ୍ରକାରେ ୬୦ ବର୍ଷରୁ ଅବସର ୨ ବର୍ଷ ବୃଦ୍ଧି ପାଇ ୬୨ ବର୍ଷ ଧାର୍ଯ୍ୟ ହୋଇଛି। ହେଲେ ଉକ୍ତ କର୍ମୀଙ୍କ ୬୦ ବର୍ଷ କାର୍ଯ୍ୟକାଳକୁ ହିସାବକୁ ନେଲେ ଦୀର୍ଘ ୧ ବର୍ଷ ପରେ ହଠାତ୍‌ ଏମାନଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିବା ପାଇଁ ଚିଠି କରାଗଲା। ସେମାନେ ୨ ବର୍ଷ ଚାକିରି ବୃଦ୍ଧି ପାଇ ସମସ୍ତ ପ୍ରକାର ସର୍ତ୍ତାବଳୀ ସହ ମେଡିକାଲ ଫିଟନେସ ଆବଶ୍ୟକୀୟ କାଗଜ ପତ୍ର ଦାଖଲ ପରେ ମଧ୍ୟ ପୁନଃ ନିଯୁକ୍ତି ପ୍ରଦାନ କରାଯାଇ ନାହିଁ। ବହିଷ୍କୃତ ୩ ଜଣ କର୍ମୀଙ୍କୁ କାର୍ଯ୍ୟରେ ନିୟୋଜିତ ପାଇଁ ପଦକ୍ଷେପ ନେବାକୁ ସିଡିପିଓ କାର୍ଯ୍ୟାଳୟରୁ ଜିଲାପାଳ ଓ ଉପଜିଲାପାଳଙ୍କୁ ଚିଠି ରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?