ଆସିକା ସବ୍‌ଜେଲର ୩ କର୍ମଚାରୀଙ୍କୁ କରୋନା

ଆସିକା,୬ା୮(ଡି.ଏନ୍‌.ଏ.)- ଆସିକା ବ୍ଲକ୍‌, ତହସିଲ୍‌, ଥାନା, ଡାକ୍ତରଖାନାରୁ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ସବ୍‌ଜେଲରେ ପହଞ୍ଚତ୍ଛି ସଂକ୍ରମଣ। ଆସିକା ସବ୍‌ଜେଲରେ ମଙ୍ଗଳବାର କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ଗୁରୁବାର ୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଗୁରୁବାର ପୁଣି ୧୬ ଜେଲ୍‌ କର୍ମଚାରୀଙ୍କ ଆଣ୍ଟିଜେନ୍‌ ଟେଷ୍ଟ ପରେ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ କର୍ମଚାରୀଙ୍କ ସସ୍ପର୍ଶରେ ଆସି ପରିବାରର ୨ ସଦସ୍ୟ ମଧ୍ୟ ସଂକ୍ରମିତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଗତ ୨୮ ତାରିଖରେ କରୋନା ଲକ୍ଷଣ ଦେଖାଯିବା ପରେ ଡାକ୍ତରଖାନାକୁ ଚିକିତ୍ସା ଲାଗି ଯାଇଥିବା ଜଣେ କର୍ମଚାରୀ ମଧ୍ୟ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଅଦ୍ୟାବଧି ଜେଲର ୪ କର୍ମଚାରୀ ଓ ୨ ପରିବାର ସଦସ୍ୟ ସଂକ୍ରମିତ ହୋଇଥିବା ଜେଲ୍‌ ଅଧୀକ୍ଷକ ଦିଲ୍ଲୀପ କୁମାର ଜେନା ସୂଚନା ଦେଇଛନ୍ତି। ତେବେ ଆସିକା ସବ୍‌ଜେଲରେ ଗୁରୁବାର ୧୪୮ ବିଚାରାଧିନ ବନ୍ଦୀ ରହିଥିବାବେଳେ ସେମାନଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଉନାହିଁ। ତେବେ ଜେଲ ଅନ୍ତେବାସୀଙ୍କ କୋଭିଡ୍‌ ଟେଷ୍ଟ ଲାଗି ପୂର୍ବରୁ ବିଭାଗୀୟ ଉଚ୍ଚ ଅଧିକାରୀ ଓ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଗୁରୁବାର କର୍ମଚାରୀଙ୍କ ମଧ୍ୟରେ ସଂକ୍ରମିତ ଚିହ୍ନଟ ପରେ ଅନ୍ତେବାସୀଙ୍କ ପରୀକ୍ଷା ଲାଗି ପୁଣି ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଅଧିକ୍ଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri