ଆସିକା ସବ୍‌ଜେଲର ୩ କର୍ମଚାରୀଙ୍କୁ କରୋନା

ଆସିକା,୬ା୮(ଡି.ଏନ୍‌.ଏ.)- ଆସିକା ବ୍ଲକ୍‌, ତହସିଲ୍‌, ଥାନା, ଡାକ୍ତରଖାନାରୁ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ସବ୍‌ଜେଲରେ ପହଞ୍ଚତ୍ଛି ସଂକ୍ରମଣ। ଆସିକା ସବ୍‌ଜେଲରେ ମଙ୍ଗଳବାର କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ଗୁରୁବାର ୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଗୁରୁବାର ପୁଣି ୧୬ ଜେଲ୍‌ କର୍ମଚାରୀଙ୍କ ଆଣ୍ଟିଜେନ୍‌ ଟେଷ୍ଟ ପରେ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ କର୍ମଚାରୀଙ୍କ ସସ୍ପର୍ଶରେ ଆସି ପରିବାରର ୨ ସଦସ୍ୟ ମଧ୍ୟ ସଂକ୍ରମିତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଗତ ୨୮ ତାରିଖରେ କରୋନା ଲକ୍ଷଣ ଦେଖାଯିବା ପରେ ଡାକ୍ତରଖାନାକୁ ଚିକିତ୍ସା ଲାଗି ଯାଇଥିବା ଜଣେ କର୍ମଚାରୀ ମଧ୍ୟ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଅଦ୍ୟାବଧି ଜେଲର ୪ କର୍ମଚାରୀ ଓ ୨ ପରିବାର ସଦସ୍ୟ ସଂକ୍ରମିତ ହୋଇଥିବା ଜେଲ୍‌ ଅଧୀକ୍ଷକ ଦିଲ୍ଲୀପ କୁମାର ଜେନା ସୂଚନା ଦେଇଛନ୍ତି। ତେବେ ଆସିକା ସବ୍‌ଜେଲରେ ଗୁରୁବାର ୧୪୮ ବିଚାରାଧିନ ବନ୍ଦୀ ରହିଥିବାବେଳେ ସେମାନଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଉନାହିଁ। ତେବେ ଜେଲ ଅନ୍ତେବାସୀଙ୍କ କୋଭିଡ୍‌ ଟେଷ୍ଟ ଲାଗି ପୂର୍ବରୁ ବିଭାଗୀୟ ଉଚ୍ଚ ଅଧିକାରୀ ଓ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଗୁରୁବାର କର୍ମଚାରୀଙ୍କ ମଧ୍ୟରେ ସଂକ୍ରମିତ ଚିହ୍ନଟ ପରେ ଅନ୍ତେବାସୀଙ୍କ ପରୀକ୍ଷା ଲାଗି ପୁଣି ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଅଧିକ୍ଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri