ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାରଠାରୁ ସାମ୍ସ ପୋର୍ଟାଲ ଜରିଆରେ ନାମଲେଖା ପାଇଁ ଆବେଦନ କରାଯାଉଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପ୍ରଥମ ଦିନରେ ରାତି ୯ଟା ସୁଦ୍ଧା ୧୩,୩୧୩ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୬୮୪୭ ଜଣ ଅନ୍‌ଲାଇନରେ ଆବେଦନ କରିଛନ୍ତି। ସେହିପରି ୬୭୯୯ ଜଣ ଫି’ ପୈଠ କରିସାରିଛନ୍ତି। ଆବେଦନ ପ୍ରକ୍ରିୟା ଶେଷ ହେବାପରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଆସନ୍ତା ୩୧ରେ ପ୍ରକାଶ ପାଇବ। ମେଧା ତାଲିକାରେ ମନୋନୀତ ଛାତ୍ରୀଛାତ୍ରଙ୍କୁ ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୨ରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ପରେ ୨ୟ ପର୍ଯ୍ୟାୟ ମେଧା ତାଲିକା ସେପ୍ଟେମ୍ବର ୧୧ରେ ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ରଙ୍କ ନାମଲେଖା ସେପ୍ଟେମ୍ବର ୧୨ରୁ ୧୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ୨ଟି ପର୍ଯ୍ୟାୟରେ ନାମଲେଖା ପ୍ରକ୍ରିୟା ଶେଷ ହେବା ପରେ ଯଦି କୌଣସି କଲେଜରେ ସିଟ୍‌ ବଳକା ରହେ ତେବେ ୧୬ ତାରିଖ ଅପରାହ୍ଣ ୨ଟାରେ କଲେଜଗୁଡ଼ିକର ସାମ୍ସ ଇ-ପ୍ସେସ୍ରେ ପ୍ରକାଶ ପାଇବ। ସେପ୍ଟେମ୍ବର ୧୯ରୁ ଛାତ୍ରୀଛାତ୍ର ସ୍ପଟ୍‌ ନାମଲେଖା ପାଇଁ ଆବେଦନ କରିବେ। ୨୮ ତାରିଖ ସୁଦ୍ଧା ନାମଲେଖା ପ୍ରକ୍ରିୟା ଶେଷ ହେବାକୁ ଥିବାବେଳେ ୨୯ ତାରିଖ ସା ୭ଟାରେ ନାମଲେଖା ସମ୍ପର୍କିତ ଚୂଡ଼ାନ୍ତ ତଥ୍ୟ ସାମ୍ସ ପୋର୍ଟାଲର ଅପ୍‌ଲୋଡ୍‌ ହେବ। ଚଳିତବର୍ଷ ରାଜ୍ୟରେ ୨ ଲକ୍ଷ ୪୯ ହଜାର ୩୮୯ ସିଟ୍‌ରେ ନାମଲେଖା ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri