ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାରଠାରୁ ସାମ୍ସ ପୋର୍ଟାଲ ଜରିଆରେ ନାମଲେଖା ପାଇଁ ଆବେଦନ କରାଯାଉଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପ୍ରଥମ ଦିନରେ ରାତି ୯ଟା ସୁଦ୍ଧା ୧୩,୩୧୩ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୬୮୪୭ ଜଣ ଅନ୍‌ଲାଇନରେ ଆବେଦନ କରିଛନ୍ତି। ସେହିପରି ୬୭୯୯ ଜଣ ଫି’ ପୈଠ କରିସାରିଛନ୍ତି। ଆବେଦନ ପ୍ରକ୍ରିୟା ଶେଷ ହେବାପରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଆସନ୍ତା ୩୧ରେ ପ୍ରକାଶ ପାଇବ। ମେଧା ତାଲିକାରେ ମନୋନୀତ ଛାତ୍ରୀଛାତ୍ରଙ୍କୁ ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୨ରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ପରେ ୨ୟ ପର୍ଯ୍ୟାୟ ମେଧା ତାଲିକା ସେପ୍ଟେମ୍ବର ୧୧ରେ ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ରଙ୍କ ନାମଲେଖା ସେପ୍ଟେମ୍ବର ୧୨ରୁ ୧୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ୨ଟି ପର୍ଯ୍ୟାୟରେ ନାମଲେଖା ପ୍ରକ୍ରିୟା ଶେଷ ହେବା ପରେ ଯଦି କୌଣସି କଲେଜରେ ସିଟ୍‌ ବଳକା ରହେ ତେବେ ୧୬ ତାରିଖ ଅପରାହ୍ଣ ୨ଟାରେ କଲେଜଗୁଡ଼ିକର ସାମ୍ସ ଇ-ପ୍ସେସ୍ରେ ପ୍ରକାଶ ପାଇବ। ସେପ୍ଟେମ୍ବର ୧୯ରୁ ଛାତ୍ରୀଛାତ୍ର ସ୍ପଟ୍‌ ନାମଲେଖା ପାଇଁ ଆବେଦନ କରିବେ। ୨୮ ତାରିଖ ସୁଦ୍ଧା ନାମଲେଖା ପ୍ରକ୍ରିୟା ଶେଷ ହେବାକୁ ଥିବାବେଳେ ୨୯ ତାରିଖ ସା ୭ଟାରେ ନାମଲେଖା ସମ୍ପର୍କିତ ଚୂଡ଼ାନ୍ତ ତଥ୍ୟ ସାମ୍ସ ପୋର୍ଟାଲର ଅପ୍‌ଲୋଡ୍‌ ହେବ। ଚଳିତବର୍ଷ ରାଜ୍ୟରେ ୨ ଲକ୍ଷ ୪୯ ହଜାର ୩୮୯ ସିଟ୍‌ରେ ନାମଲେଖା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri