+୩ ପରୀକ୍ଷା ଫଳ ପ୍ରକାଶ, ଟପ ଟେନ ତାଲିକାର ୨ୟ ସ୍ଥାନରେ ରାଜନୀତି ବିଜ୍ଞାନ ବିଭାଗ ଛାତ୍ରୀ ଶିବାନୀ ରାଉତ

ବୁଗୁଡ଼ା,୨୩।୪,(କାଳିଚରଣଦାଶ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ +୩ ବାର୍ଷିକ ପରୀକ୍ଷା ଫଳ ପ୍ରକାଶ ପାଇଛି l ବୁଗୁଡ଼ା ପିପୁଲ୍ସ କଲେଜ ରାଜନୀତି ବିଜ୍ଞାନ ବିଭାଗର ଛାତ୍ରୀ ଶିବାନୀ ରାଉତ ୧୪୦୦ ମାର୍କରୁ ୧୧୮୭ ମାର୍କ ହାସଲ କରି ଶ୍ରେଷ୍ଠ ଦଶ ତାଲିକାର ଦ୍ବିତୀୟ ସ୍ଥାନରେ ରହି କଲେଜ ପାଇଁ ଗୌରବ ଆଣିଛନ୍ତି । ଶିବାନୀ ବେଲଗୁଣ୍ଠା ବ୍ଲକ ଅଧିନସ୍ଥ ଜିରୋଳି ଗ୍ରାମର ନିରାକାର ରାଉତ ଏବଂ ମମତା ରାଉତଙ୍କ ସୁକନ୍ୟା ହୋଇଥିବା ବେଳେ ସେ ମାମୁଁ ଘର ରାମଣ୍ଡାରେ ରହି ପିପୁଲ୍ସ କଲେଜରେ ଅଧୟନ କରୁଥିଲେ। ଶିବାନୀ ଆଗକୁ ଦିଲ୍ଲୀର ଜବାହାର ଲାଲ ନେହେରୁ ବିଶ୍ୱ ବିଦ୍ୟାଳୟରେ ସ୍ନାତକୋତ୍ତର ଅଧ୍ୟୟନ ସହ ୟୁପିଏସସି ପରୀକ୍ଷା ଦେଇ ପ୍ରଶାସିକା ହେବାକୁ ଲକ୍ଷ୍ୟ ରଖିଛନ୍ତି। ସେ ତାଙ୍କ ସଫଳତାର ଶ୍ରେୟ କଲେଜର ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ତତ୍ତ୍ବାବଧାନରେ ରାଜନୀତି ବିଜ୍ଞାନ ବିଭାଗର ଶିକ୍ଷାଦାନ ବ୍ୟବସ୍ଥା ସାଙ୍ଗକୁ ବିଭଗୀୟ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ, ଡକ୍ଟର ବିନୋଦ କୁମାର କର, ଲୋକନାଥ ବେହେରା, ପବିତ୍ର ଖଣ୍ଡୁଆଳ ପ୍ରମୁଖ ଅଧ୍ୟାପକବୃନ୍ଦଙ୍କୁ ଦେଇଛନ୍ତି । ସୂଚନାଯୋଗ୍ୟ , ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗର ଶିକ୍ଷାର୍ଥୀ ୨୦୨୨ ରୁ ୨୦୨୫ ଲଗାତର ୪ ବର୍ଷ ଧରି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର +୩ ଶେଷ ବର୍ଷ ପରୀକ୍ଷା ଫଳରେ ଶ୍ରେଷ୍ଠ ଦଶ ତାଲିକା ଭିତରେ ସ୍ଥାନ ପାଇ ଆସୁଛନ୍ତି। ତେବେ ଏଥର ଛାତ୍ରୀ ଶିବାନୀଙ୍କ କୃତିତ୍ୱ ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri