ଦେଭୋଗ-ଦେଉଳା ରାସ୍ତାରେ ୩ଫୁଟ୍‌ର ପାଣି

ଲଙ୍ଗଳେଶ୍ୱର, ୩୦।୬(ଡି.ଏନ.ଏ.)-ଅସରାଏ ବର୍ଷା ହେଲେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଦେଭୋଗ ବିବି ରୋଡ଼ଠାରୁ ଦେଉଳା ହାଟ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଉପରେ ୩ ଫୁଟ ଉଚ୍ଚତା ପର୍ଯ୍ୟନ୍ତ ପାଣି ଜମି ରହୁଛି। ତ୍ରୁଟିପୂର୍ଣ୍ଣ ରାସ୍ତା ନିର୍ମାଣ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀ ଏବଂ ଯନ୍ତ୍ରୀମାନେ ସରକାରୀ ଅର୍ଥକୁ ଠିକ୍‌ ଭାବେ ଉପଯୋଗ କରି ନ ଥିବା ଅଭିଯୋଗ ହୋଇଛି।
ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଏହି ରାସ୍ତାର ୧ କି.ମି. ୬୫୦ମିଟର ପିଚୁ ଏବଂ ୯୦୦ମିଟର କଂକ୍ରିଟ୍‌ ରାସ୍ତା ତିଆରି କରାଯାଇଛି। ରାସ୍ତା ପାର୍ଶ୍ୱରେ ଜଳ ନିଷ୍କାସନ ପାଇଁ ଡ୍ରେନ୍‌ ତିଆରି ହୋଇ ନ ଥିବାରୁ ୬କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ରାସ୍ତା ଏବେ ଶୋଚନୀୟ ହୋଇପଡୁଛି। ବର୍ଷାଦିନେ ପାଣି ଜମା ହୋଇ ରାସ୍ତାରେ ଏପରି କୃତ୍ରିମ ନଦୀ ସୃଷ୍ଟି ହୋଇଛି। ଚୁକ୍ତିପତ୍ରରେ ଠିକାଦାର ସମସ୍ତ ରକ୍ଷଣାବେକ୍ଷଣ ଏବଂ ମରାମତି କରିବାର ସ୍ବାକ୍ଷର କରିଥିଲେ ମଧ୍ୟ ତାହା କରାଯାଉନାହିଁ। ଦେଉଳା ଗ୍ରାମବାସୀଙ୍କର ଏହା ମୁଖ୍ୟ ରାସ୍ତା ହୋଇଥିବାରୁ ରାସ୍ତାରେ ଚାଲି କି ଗଲେ ଅଣ୍ଟାଏ ପାଣିରେ ଯିବାକୁ ପଡୁଛି। ସାଇକେଲ କିମ୍ବା ମୋଟରସାଇକେଲରେ ଗଲେ ମଧ୍ୟ ପାଣିରେ ଓଦା ହୋଇ ଯିବାକୁ ପଡେ। ନଚେତ୍‌ ୧୦କି.ମି. ରାସ୍ତା ବୁଲି ବୁଲି ଯିବାକୁ ପଡୁଛି। ଏହି ସମସ୍ୟାର ସ୍ଥାୟୀ ପ୍ରତିକାର ପାଇଁ ଅଞ୍ଚଳବାସୀ ବାରମ୍ବାର ଦାବି କରିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କିମ୍ବା ସ୍ଥାନୀୟ ରାଜନେତା କେହି ବି କର୍ଣ୍ଣପାତ କରୁନାହାନ୍ତି। ତୁରନ୍ତ ରାସ୍ତା ମରାମତି ଏବଂ ଡ୍ରେନ୍‌ ନିର୍ମାଣ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏନେଇ ବାଲିଆପାଳ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୌଭାଗ୍ୟ କୁମାର ଦାସଙ୍କୁ ପଚାରିବାରୁ ସେ କହିଛନ୍ତି, ରାସ୍ତା ନିର୍ମାଣ ବେଳେ ସ୍ଥାନୀୟ ଲୋକେ ଜାଗା ନ ଛାଡ଼ିବାରୁ ଡ୍ରେନ୍‌ ନର୍ମାଣ ହୋଇନାହଁି। ଫଳରେ ପାଣି ଜମି ରହୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri