ଲଗାଣବର୍ଷାରେ ପୋଲ ଉପରେ ୩ ଫୁଟର ପାଣି

ମାଲକାନଗିରି,୯ା୮(ଡି.ଏନ୍‌.ଏ.): ବାଲିମେଳା ମୁଖ୍ୟ ରାସ୍ତାର ଏମ୍‌ଭି-୩୭ଠାରେ ରବିବାର ପୋଲ ଉପରେ ପ୍ରାୟ ୩ ଫୁଟ ଉପରେ ପାଣି ଚାଲୁଥିବାର ଦେଖିବାକୁ ମିଳିଛି। ତେବେ ଉପର ମୁଣ୍ଡରୁ ପାଣି ଅତ୍ୟଧିକ ମାତ୍ରାରେ ଆସୁଥିବା ହେତୁ ବନ୍ୟାଜଳ ପୋଲ ଉପରେ ଚାଲୁଛି। ଫଳରେ ବାଲିମେଳା ଏବଂ ମାଲକାନଗିରିକୁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ରହିଛି। ତେବେ ଗତ ୩ ବର୍ଷରୁ ଊଦ୍ଧର୍‌ବ ସମୟ ଧରି ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ସୁଦ୍ଧା ଶେଷ ହେଉନି। ତେଣୁ ପ୍ରତିବର୍ଷ ବର୍ଷାଦିନେ ଏପରି ସମସ୍ୟା ହେଉଥିବା ଦେଖିବାକୁ ମିଳୁଛି। ବନ୍ୟାଜଳ ପୋଲ ଉପରେ ପ୍ରବାହିତ ହେବା ଫଳରେ ପୋଲର ଦୁଇ ପାର୍ଶରେ ମାଲବାହୀ ଗାଡ଼ି ଏବଂ ଦୁଇ ଚକିଆ ଯାନ ବହୁ ସଂଖ୍ୟାରେ ଠିଆ ହୋଇ ରହିଥିବା ଦେଖିବାକୁ ମିଳିଛି। ତେବେ ୧୨ ତାରିଖ ଯାଏ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେଣୁ ଆଗକୁ ଅଧିକ ବର୍ଷା ହେଲେ ତଳିଆ ଅଞ୍ଚଳରେ ଥିବା ଘର ଏବଂ ଚାଷ ଜମି ଧୋଇ ହୋଇଯିବା ନେଇ ଆଶଙ୍କା କରାଯାଉଛି। ତେଣୁ ଏଭଳି ସମସ୍ୟା ଉପୁଜୁଥିବା ହେତୁ ପୋଲ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri