ଏନ୍‌ଏଚ୍‌ ଉପରେ ୩ଫୁଟ୍‌ ପାଣି

ସମ୍ବଲପୁର,୧୦ା୮(ବ୍ୟୁରୋ): ସମଗ୍ର ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି। ଲଗାଣ ବର୍ଷା ଯୋଗୁ ସମ୍ବଲପୁର ଜିଲାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଚାଷୀ କୁଳକୁ ଆସ୍ବସ୍ତି ମିଳିଥିଲେ ବି ବର୍ଷା ଲାଗିରହିଥିବାରୁ ଚାଷକାର୍ଯ୍ୟ ଠପ୍‌ ହୋଇପଡ଼ିଛି। ଅନେକ ସ୍ଥାନରେ ଜନ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ରାସ୍ତା ବୁଡିରହିଛି। ସମ୍ବଲପୁର-ବରଗଡ଼ ୫୩ନଂ. ଜାତୀୟ ରାଜପଥର ଅଇଁଠାପାଲି ଛକ ନିକଟରେ ୩ଫୁଟ ଉଚ୍ଚର ପାଣି ଜମିରହିଥିଲା। ଡ୍ରେନ୍‌ ସମସ୍ୟା ଯୋଗୁ ବର୍ଷାପାଣି ନିଷ୍କାସନ ହୋଇ ନ ପାରି ଲପରି ସମସ୍ୟା ସୃଷ୍ଟି ହୋଇଛି। ଫଳରେ ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଉଭୟ ପାର୍ଶ୍ୱରେ କିଛି ସମୟ ପର୍ଯ୍ୟନ୍ତ ଗାଡ଼ିଗୁଡ଼ିକ ଅଟକି ରହିଥିଲା। ତଳି ଅଞ୍ଚଳ ବିଶେଷକରି ତଅଁଲାପଡ଼ା, ଦୁର୍ଗାପାଲି, ବାଲିବନ୍ଧା, ଦାନିପାଲି, ଠାକୁରପଡ଼ା, ବରେଇପାଲି, ରେମେଡ୍‌, କ୍ଷେତରାଜପୁରଠାରେ ପାଣି ଜମିରହିଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଡ୍ରେନ୍‌ଗୁଡ଼ିକ ସଫା ନ ହେବାରୁ ସହରର ମୁଖ୍ୟ ରାସ୍ତାଗୁଡ଼ିକରେ ମଧ୍ୟ ପାଣି ଜମି ରହିଥିଲା। ମୁଦିପଡ଼ା, ଲକ୍ଷ୍ମୀଟକିଜ ଛକ, ଗୋଲବଜାର ଛକ, ଅଇଁଠାପାଲିଠାରୁ ବୁଢ଼ାରଜା ରାସ୍ତାରେ ପାଣି ପ୍ରବାହିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri