Posted inଜାତୀୟ

କାନପୁର ହିଂସା: ୩୬ ଜଣ ଚିହ୍ନଟ, ୩ ଏଫଆଇଆର

କାନପୁର,୪ ।୬: ଉତ୍ତର ପ୍ରଦେଶର କାନପୁରରେ ଶୁକ୍ରବାର ଜୁମେ ନମାଜ ପରେ କିଛି ଅଞ୍ଚଳରେ ହିଂସା ପରିସ୍ଥିିତି ସୃଷ୍ଟି ହୋଇଥିଲା । ଦୁଇ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ପଥର ଫିଙ୍ଗା ଆରମ୍ଭ ହୋଇ ଯାଇଥିଲା । ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ହିଂସାଗ୍ରସ୍ତ ଅଞ୍ଚଳରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶୁକ୍ରବାର ଏହି ମାମଲାରେ ୧୮ ଜଣଙ୍କୁ ଗିରଫ କରାଯାଇଛି । ଏହାସହ ଏବେ ପର୍ଯ୍ୟନ୍ତ ୩ଟି ଏଫଆଇଆର ଦିଆଯିବା ସହ ୩୬ ଜଣଙ୍କୁ ଚିହ୍ନଟ କରାଗଲାଣି ।
କାନପୁର ସ୍ଥିତିକୁ ନେଇ ପୋଲିସ କମିଶନର ବିଜୟ ସିଂ ମିଣା କହିଛନ୍ତି ଏବେ ସ୍ଥିତି ସାମାନ୍ୟ ରହିଛି । ୩ଟି ଏଫଆଇଆର ସହ ୩୬ ଜଣଙ୍କୁ ଚିହ୍ନଟ କରାଯାଇଛି । ଏହାସହ ଆମକୁ ହସ୍ତଗତ ହୋଇଥିବା ଫଟୋ ଆଧାରରେ ଅନ୍ୟମାନଙ୍କୁ ଗିରଫ କରାଯିବାକୁ ଚେଷ୍ଟା କରାଯାଉଛି ।
ସୂଚନାଯୋଗ୍ୟ, ମୁସଲମାନ ସମ୍ପ୍ରଦାୟର କେତେଜଣ ଲୋକେ ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରବକ୍ତା ନୁପୁର ଶର୍ମାଙ୍କୁ ବିରୋଧ କରି ଦୋକାନ ବନ୍ଦ କରିବାକୁ ଚାହୁଁଥିଲେ । ଏହିଥିରୁ ହିଁ ବିବାଦ ମୁଣ୍ଡ ଟେକିଥିଲା । ପରେ ବହୁ ସଂଖ୍ୟାରେ ଲୋକେ ରାସ୍ତାରେ ଜମା ହୋଇଯିବା ସହ ପଥର ଫିଙ୍ଗା ଆରମ୍ଭ ହୋଇ ପରିସ୍ଥିତି ହିଂସାର ରୂପ ନେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri