ସମ୍ବଲପୁର, ଝାରସୁଗୁଡ଼ାରେ ନିର୍ମାଣ ହେବ ୩ ଫ୍ଲାଏଓଭର

ସମ୍ବଲପୁର,୪ା୨(ପ୍ରମୋଦ ବହିଦାର): ଚଳିତ ରେଳ ବଜେଟ୍‌ରେ ଓଡ଼ିଶାରେ ରେଳବାଇର ବିକାଶରେ ବିନିଯୋଗ ପାଇଁ ୧୦ ହଜାର ୫୯୯ କେଟି ଟଙ୍କା ମଞ୍ଜୁର କରାଯାଇଛି। ଓଡ଼ିଶା ପାଇଁ ରେଳ ବଜେଟରେ ମଞ୍ଜୁର ହୋଇଥିବା ସର୍ବାଧିକ ରାଶି ବୋଲି କହିଛନ୍ତି ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ତୁଷାରକାନ୍ତ ପାଣ୍ଡେ।

ସେ କହିଛନ୍ତି, ଚଳିତ ରେଳ ବଜେଟ୍‌ରେ ସମ୍ବଲପୁର ରେଳ ମଣ୍ଡଳ ଅଧିନ ଟିଟିଲାଗଡ଼ରେ ଏକ ରେଳ ଫ୍ଲାଏ ଓଭର୍‌ ନିର୍ମାଣ ପାଇଁ ୩ ଶହ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ରାୟପୁରରୁ ବିଶାଖାପାଟଣା ଯାତାୟାତ କରୁଥିବା ଟ୍ରାକ୍‌ରେ ରେଳଚଳାଚଳ ପାଇଁ ସୁବିଧା ହେବ।

ସେହିପରି ସମ୍ବଲପୁରରେ ମଧ୍ୟ ୩ଟି ଫ୍ଲାଏଓଭର ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଛି। ସେଥିମଧ୍ୟରେ ସିଟି ଷ୍ଟେଶନରୁ ଝାରସୁଗୁଡ଼ା ଟ୍ରାକରେ ଯାତାୟାତ କରୁଥିବା ଟ୍ରେନ୍‌ ଓ ଭୁବନେଶ୍ୱର ଚଳାଚଳ କରୁଥିବା ଟ୍ରେନ୍‌ ପାଇଁ ସରଲାରୁ ଉଭୟ ଦିଗରେ ଗୋଟିଏ ଲେଖାଏ ଏବଂ ଏହି ରୁଟ୍‌ରେ ନିର୍ମିତ ନୂତନ ବାଇପାସ ରୋଡ ଉପରେ ଗୋଟିଏ ଫ୍ଲାଏଓଭର ନିର୍ମାଣକୁ କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ମଞ୍ଜୁରି ମିଳିଛି।

ଏହା ସହିତ ଝାରସୁଗୁଡ଼ାରେ ମଧ୍ୟ ଅନୁରୂପ ଭବେ ୩ଟି ଫ୍ଲାଏ ଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ଅର୍ଥ ମଞ୍ଜୁର ହୋଇଛି ବୋଲି ରେଳ ମଣ୍ଡଳ ପ୍ରବନ୍ଧକ ପାଣ୍ଡେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri