ପୁଣି ୩ ବିଦେଶ ଫେରନ୍ତା ଓମିକ୍ରନ୍‌ ସଂକ୍ରମିତ, ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୮…

ଅହମଦାବାଦ, ୧୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଗୁଜୁରାଟରେ ୩ ଜଣ ବିଦେଶ ଫେରନ୍ତାଙ୍କଠାରେ ଓମିକ୍ରନ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ଜଣେ ପୁରୁଷ, ଜଣେ ମହିଳା ଏବଂ ୧୫ ବର୍ଷର ବାଳକ ଅଛନ୍ତି। ଏହା ସହ ରାଜ୍ୟରେ ମୋଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୁ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ବିଭାଗର ଅଧିକାରୀ କହିଛନ୍ତି ଯେ ଆକ୍ରାନ୍ତମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଆକ୍ରାନ୍ତଙ୍କୁ ବିଭିନ୍ନ ଡାକ୍ତରଖାନାରେ ରଖାଯାଇଛି। ତିନି ଜଣ ଯାତ୍ରୀଙ୍କ ମଧ୍ୟରୁ ଦୁଇଜଣ ବ୍ରିଟେନରୁ ଏବଂ ଜଣେ ଦୁବାଇରୁ ଫେରି ଆସିଥିଲେ। ଗାନ୍ଧିନଗର ମ୍ୟୁନିସିପାଲିଟି କମିଶନର ଧୱଲ ପଟେଲ କହିଛନ୍ତି ଯେ ଶନିବାର ଗାନ୍ଧିନଗରର ଜଣେ ୧୫ ବର୍ଷର ବାଳକ ବ୍ରିଟେନରୁ ଫେରିବା ପରେ ଓମିକ୍ରନ ଭାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତିି।

ଏହି ୩ ଜଣଙ୍କ ଚିହ୍ନଟ ପରେ ଦେଶରେ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ବର୍ତ୍ତମାନ ୧୪୮ରେ ପହଞ୍ଚିଛି। ଆନନ୍ଦ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡକ୍ଟର ଏମ.ଟି ଛାରୀ କହିଛନ୍ତି ଯେ ସେମାନଙ୍କ ନମୁନା ପରୀକ୍ଷା ପରେ ଓମିକ୍ରନ ଭାରିଆଣ୍ଟରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସ୍ବାସ୍ଥ୍ୟ ବିଭାଗର ଜଣେ ଅଧିକାରୀ କହିଛନ୍ତି ଯେ ଡିସେମ୍ବର ୧୫ରେ ବ୍ରିଟେନରୁ ଆସିବା ପରେ ଅହମଦାବାଦ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏନଆରଆଇ ଜଣଙ୍କ ଆରଟି- ପିସିଆର୍‌ ପରୀକ୍ଷା କରିଥିଲେ। ଯାହା ପରେ ପଜିଟିଭ୍‌ ବୋଲି ଜଣାପଡିଛି। ରାଜ୍ୟରେ ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତଙ୍କ ମଧ୍ୟରୁ ଜାମନଗରର ତିନିଜଣ, ସୁରଟ ଏବଂ ଭଦୋଦରର ଦୁଇଜଣ ଲେଖାଏଁ ଏବଂ ଗାନ୍ଧିନଗର, ମେହସାନା ଏବଂ ଆନନ୍ଦଙ୍କ ମଧ୍ୟରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି। ଜାମନଗରରେ ଚିହ୍ନଟ ଥିବା ତିନି ଜଣ ଆକ୍ରାନ୍ତଙ୍କୁ ଇତିମଧ୍ୟରେ ଡିସଚାର୍ଜ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri