ବାଇକ୍‌ରେ ୩ ସାଙ୍ଗ ଆସୁଥିବା ବେଳେ ବସ୍‌ ସହ ଧକ୍କା: ଚାଲିଗଲା ଜଣଙ୍କ ଜୀବନ, ଆଉ ଦୁଇ ଗୁରୁତର

ଭୋଗରାଇ, ୩l୧୧( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟପଥ ଥାନା ଛକ ଦେହୁର୍ଦ୍ଦା ହନୁମାନ ମନ୍ଦିରଠାରେ ମଙ୍ଗଳବାର ଅପରାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଗୁରୁତର ଅବସ୍ଥାରେ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ମୃତ ଛାତ୍ର ହେଲେ ତାଳସାରୀ ମେରାଇନ ଥାନା ଅଧୀନ ଗମ୍ଭାରିଆ ଗ୍ରାମର କାଳିଚରଣ ସେନାପତିଙ୍କ ପୁଅ ଗୌତମ କୁମାର ସେନାପତି(୨୧)l ସେ ଭୋଗରାଇ ଆର୍‌ଆଇଏଚ୍‌ଏସ୍‌ ମହାବିଦ୍ୟାଳୟର ଯୁକ୍ତ ୨ ର ଛାତ୍ର ଅଟନ୍ତି l

ସୂଚନାନୁଯାୟୀ, ଅପରାହ୍ନରେ ଚନ୍ଦନେଶ୍ୱରରୁ ଶ୍ରୀଗଣେଶ ନାମକ ଯାତ୍ରୀବାହୀ ବସ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ବସ୍‌ ସହ ବିପରୀତ ଦିଗରୁ ବାଇକ ଯୋଗେ ଆସୁଥିବା ୩ ସାଙ୍ଗଙ୍କ ମୁହାଁମୁହିଁ ଧକ୍କା ହୋଇଥିଲା l ଏହି ଦୁର୍ଘଟଣାରେ କଲେଜଛାତ୍ର ଗୌତମଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସେହିଭଳି ସ୍ଥାନୀୟ ଲୋକେ ୧ ୦ ୮ ଆମ୍ବୁଲାନ୍ସ ଯୋଗେ ଅନ୍ୟ ୨ ଜଣଙ୍କୁ ଭୋଗରାଇ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ସେଠାରେ ୨ ଜଣକ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ହୋଇଥିବା ୨ ଜଣ ହେଲେ ବିନ୍ଧା ପଦ୍ମପୁର ଗ୍ରାମର କାଁହ୍ନୁ ପଣ୍ଡାଙ୍କ ପୁଅ ସଂଜୟ ପଣ୍ଡା (୨୨) ଓ କମଳାକାନ୍ତ ରାଜାଙ୍କ ପୁଅ ହରେକୃଷ୍ଣ ରାଜ(୧୭) l ଭୋଗରାଇ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି କଲେଜଛାତ୍ରଙ୍କ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ସ୍ଥାନୀୟ ଡାକ୍ତରଖାନାକୁ ପଠାଇଛି। ସେହିଭଳି ବସ ଓ ବାଇକକୁ ଉଦ୍ଧାର କରିବା ସହ ବସ ଡ୍ରାଇଭରଙ୍କୁ ଥାନାରେ ଅଟକ ରଖି ପ୍ରାଥମିକ ତଦନ୍ତ ଜାରି ରଖିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri