ବାଇକ୍‌ରେ ୩ ସାଙ୍ଗ ଆସୁଥିବା ବେଳେ ବସ୍‌ ସହ ଧକ୍କା: ଚାଲିଗଲା ଜଣଙ୍କ ଜୀବନ, ଆଉ ଦୁଇ ଗୁରୁତର

ଭୋଗରାଇ, ୩l୧୧( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟପଥ ଥାନା ଛକ ଦେହୁର୍ଦ୍ଦା ହନୁମାନ ମନ୍ଦିରଠାରେ ମଙ୍ଗଳବାର ଅପରାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଗୁରୁତର ଅବସ୍ଥାରେ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ମୃତ ଛାତ୍ର ହେଲେ ତାଳସାରୀ ମେରାଇନ ଥାନା ଅଧୀନ ଗମ୍ଭାରିଆ ଗ୍ରାମର କାଳିଚରଣ ସେନାପତିଙ୍କ ପୁଅ ଗୌତମ କୁମାର ସେନାପତି(୨୧)l ସେ ଭୋଗରାଇ ଆର୍‌ଆଇଏଚ୍‌ଏସ୍‌ ମହାବିଦ୍ୟାଳୟର ଯୁକ୍ତ ୨ ର ଛାତ୍ର ଅଟନ୍ତି l

ସୂଚନାନୁଯାୟୀ, ଅପରାହ୍ନରେ ଚନ୍ଦନେଶ୍ୱରରୁ ଶ୍ରୀଗଣେଶ ନାମକ ଯାତ୍ରୀବାହୀ ବସ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ବସ୍‌ ସହ ବିପରୀତ ଦିଗରୁ ବାଇକ ଯୋଗେ ଆସୁଥିବା ୩ ସାଙ୍ଗଙ୍କ ମୁହାଁମୁହିଁ ଧକ୍କା ହୋଇଥିଲା l ଏହି ଦୁର୍ଘଟଣାରେ କଲେଜଛାତ୍ର ଗୌତମଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସେହିଭଳି ସ୍ଥାନୀୟ ଲୋକେ ୧ ୦ ୮ ଆମ୍ବୁଲାନ୍ସ ଯୋଗେ ଅନ୍ୟ ୨ ଜଣଙ୍କୁ ଭୋଗରାଇ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ସେଠାରେ ୨ ଜଣକ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ହୋଇଥିବା ୨ ଜଣ ହେଲେ ବିନ୍ଧା ପଦ୍ମପୁର ଗ୍ରାମର କାଁହ୍ନୁ ପଣ୍ଡାଙ୍କ ପୁଅ ସଂଜୟ ପଣ୍ଡା (୨୨) ଓ କମଳାକାନ୍ତ ରାଜାଙ୍କ ପୁଅ ହରେକୃଷ୍ଣ ରାଜ(୧୭) l ଭୋଗରାଇ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି କଲେଜଛାତ୍ରଙ୍କ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ସ୍ଥାନୀୟ ଡାକ୍ତରଖାନାକୁ ପଠାଇଛି। ସେହିଭଳି ବସ ଓ ବାଇକକୁ ଉଦ୍ଧାର କରିବା ସହ ବସ ଡ୍ରାଇଭରଙ୍କୁ ଥାନାରେ ଅଟକ ରଖି ପ୍ରାଥମିକ ତଦନ୍ତ ଜାରି ରଖିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri