Posted inଖେଳ

ଅନ୍ତିମ ଦିବସରେ ଓଡ଼ିଶାକୁ ୩ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୬ା୧୧(ସ୍ପୋଟର୍‌ସ ବ୍ୟୁରୋ): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୨୨ର ଅନ୍ତିମ ଦିବସରେ ଓଡ଼ିଶା ୩ ସ୍ବର୍ଣ୍ଣ ପଦକ ହାସଲ କରିଛି। ମଙ୍ଗଳବାର ୧୮ବର୍ଷ ବୟସ ବର୍ଗ ୮୦୦ ମିଟର ଦୌଡ଼ ରେସ୍‌ରେ ଓଡ଼ିଶାର ଲକ୍ଷ୍ମୀପ୍ରିୟା କିଷାନ ୨ ମିନିଟ ୧୫.୦୮ ସେକେଣ୍ଡ ଟାଇମିଂରେ ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ପଶ୍ଚିମବଙ୍ଗର ମୈମିତା ରୟ (୨ ମିନିଟ ୧୫.୦୮ ସେକେଣ୍ଡ) ରୌପ୍ୟ ଓ ହରିୟାଣାର ଆଶା (୨ ମିନିଟ ୧୬.୫୭ ସେକେଣ୍ଡ) ବ୍ରୋଞ୍ଜ ପଦକ ଲାଭ କରିଛନ୍ତି। ଅନି ସାଲବାମ୍‌ ୧୪ ବର୍ଷ ବୟସ ବର୍ଗ ବାଳକ ୬୦୦ ମିଟର ଦୌଡ଼ ୧ ମିନିଟ୍‌ ୨୪.୦୧ ସେକେଣ୍ଡ ଟାଇମିଂରେ ଶେଷ କରି ଓଡ଼ିଶା ପାଇଁ ଆଉ ଏକ ସ୍ବର୍ଣ୍ଣ ଜିତିଥିଲେ। ଉତ୍ତରାଖଣ୍ଡର ସୁରଜ ସିଂଙ୍କୁ ରୌପ୍ୟ ଓ ମହାରାଷ୍ଟ୍ରର ରଣବୀର ଫରକ ବ୍ରୋଞ୍ଜ ପାଇଥିଲେ। ସୁସ୍ମିତା ଟିଗା ୨୦ ବର୍ଷ ବୟସ ବର୍ଗ ବାଳିକା ୩,୦୦୦ ମିଟର ଷ୍ଟିପଲଚେଜ୍‌ରେ ୧୧ ମିନିଟ ୨.୩୧ ସେକେଣ୍ଡ ଟାଇମିଂ ସହ ପ୍ରଥମ ସ୍ଥାନ ଅଧିକାର କରି ଓଡ଼ିଶା ପାଇଁ ଆଉ ଏକ ସ୍ବର୍ଣ୍ଣ ଜିତିଥିଲେ।ରାଜସ୍ଥାନର ନିକିତା ଓ ମହାରାଷ୍ଟ୍ରର ଶ୍ରଦ୍ଧା ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ହାସଲ କରିଥିଲେ। ଚାମ୍ପିୟନଶିପ୍‌ରେ ଓଡ଼ିଶା ମୋଟ ୧୦ ସ୍ବର୍ଣ୍ଣ, ୩ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ଲାଭ କରିପାରିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନ ସଭାପତି ଜି. ଶ୍ରୀନିବାସ ପଟ୍ଟନାୟକ ଓ ସମ୍ପାଦକ ଆଶୀର୍ବାଦ ବେହେରା ଏବଂ ଆସୋସିଏଶନର ଅନ୍ୟକର୍ମକର୍ତ୍ତାମାନେ ପଦକ ବିଜେତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri