ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ମାଲକାନଗିରି,୩୧ା୩: ମାଲକାନଗିରି ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଛତିଶଗଡ଼ ବିଜାପୁର ଜିଲା ବାସେଗୁଡ଼ା ଥାନା ଅନ୍ତର୍ଗତ ଚିନାତେରେମ ଗ୍ରାମର ମଇନୁ ଓରଫ ଶମ୍ଭୁ ଦୋଡି (୨୫), ଗାଙ୍ଗୁଲୁର ଥାନା ଅନ୍ତର୍ଗତ କର୍ନାଲ ଗ୍ରାମର ରାମା ଆପକା (୨୫) ଏବଂ ମାଲକାନଗିରି ଜିଲା ଜୋଡାମ୍ବ ପଞ୍ଚାୟତ ବେଜିଙ୍ଗି ଗ୍ରାମର ରଘୁ ଖରା (୨୧) ବୋଲି ଆୟୋଜିତ ଖବରଦାତା ସମ୍ମିଳନୀରେ ମାଲକାନଗିରି ଏସ୍‌ପି ହ୍ରିଶିକେଷ ଡି. ଖିଲାରି ସୂଚନା ଦେଇଥିଲେ।
ପ୍ରକାଶ ଯେ, ମଇନୁ ୨୦୦୯ରେ ସିପିଆଇ (ମାଓବାଦୀ)ରେ ସାମିଲ ହୋଇ ସ୍ବଦେଶ ଏରିଆ ସଦସ୍ୟ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ବତ୍ତର୍ର୍ମାନ ସେ ଆନ୍ଧ୍ର-ଓଡ଼ିଶା ବର୍ଡର ଜୋନାଲ କମିଟିର ମିଲିଟାରି ପ୍ଲାଟୁନରେ କାର୍ଯ୍ୟରତ ଥିଲେ। ତାଙ୍କ ପାଇଁ ଛତିଶଗଡ଼ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। କର୍ନାଲ ଗ୍ରାମର ରାମା ମଧ୍ୟ ଜାଗୁରକୋଣ୍ଡା ସିପିଆଇ(ମାଓବାଦୀ) ସଙ୍ଗଠନରେ ୨୦୦୯ରୁ ସାମିଲ ହୋଇ ସ୍ବଦେଶ ଏରିଆ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ପାଇଁ ମଧ୍ୟ ସରକାର ୪ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ସେହିପରି ରଘୁ ୨୦୧୭ରେ ଗୁମ୍ମା ଏରିଆ କମାଣ୍ଡର ଭାବେ ମାଓବାଦୀ ସଙ୍ଗଠନରେ ସାମିଲ ହୋଇଥିଲେ। ତାଙ୍କ ଲାଗି ମଧ୍ୟ ଓଡ଼ିଶା ସରକାର ୧ ଲକ୍ଷ ଟଙ୍କା ଘୋଷଣା କରିଥିଲେ। ବର୍ତ୍ତମାନ ମାଓବାଦୀ ସଙ୍ଗଠନରେ ପୂର୍ବ ଆଦର୍ଶ ଆଉ ନାହିଁ। ମହିଳା ମାଓବାଦୀଙ୍କ ଉପରେ ଅତ୍ୟାଚାର କରାଯାଉଛି। ମାଓବାଦୀ କମାଣ୍ଡାରଙ୍କ ଉପରେ ବରିଷ୍ଠ ମାଓବାଦୀ ନେତାମାନେ ଅତ୍ୟାଚାର ଚଳାଇଛନ୍ତି। ନିରୀହ ଆଦିବାସୀଙ୍କୁ ପୋଲିସ ସୂଚନାଦାତା ସନ୍ଦେହରେ ନିର୍ମମ ଭାବେ ହତ୍ୟା କରାଯାଉଛି। ଏହାର ପ୍ରତିବାଦରେ ସେମାନେ ମାଓବାଦୀଙ୍କ ହାତ ଛାଡ଼ି ଆତ୍ମସମର୍ପଣ କରିଥିବା ଏହି ୩ ମାଓବାଦୀ କହିଛନ୍ତି। ଅନ୍ୟପକ୍ଷରେ ଆତ୍ମସମର୍ପଣକାରୀ ମାଓବାଦୀଙ୍କୁ ସରକାରଙ୍କ ଥଇଥାନ ନୀତିରେ ସାମିଲ କରି ସମସ୍ତ ପ୍ରକାର ସୁବିଧା ପ୍ରଦାନ କରାଯିବ ବୋଲି ଏସ୍‌ପି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri