ପାଣି ପାଇଁ ୩ ଘଣ୍ଟା ରାସ୍ତା ଅବରୋଧ: ଜଳ ଯୋଗାଣ ଅଧିକାରୀଙ୍କ ପ୍ରତିଶୃତି ପରେ ହଟିଲା ଅବରୋଧ

ମୋହନା ୨୩।୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତ କେଶରା ଗ୍ରାମ ରେ ପାନୀୟ ଜଳ ସଙ୍କଟ। ପାଣି ପାଇଁ ରାସ୍ତା ଅବରୋଧ କରିଲେ କେଶରା ଗ୍ରାମର ମାଝୀ ସାହି ବାସିନ୍ଦା । ଗତ ଦୁଇ ବର୍ଷ ହେବ କେଶରା ଗ୍ରାମ ୪ ନମ୍ୱର୍ ୱାର୍ଡର ମାଝୀ ସାହିରେ ଘୋର ପାନୀୟ ଜଳ ସମସ୍ୟା ଲାଗି ରହିଛି ଯାହାକୁ ନେଇ ଜିଲା ପ୍ରଶାସନ,ବ୍ଲକ୍ ପ୍ରଶାସନ, ଗ୍ରାମ ପଞ୍ଚାୟତ ପାଖରେ ଅଭିଯୋଗ କରିଥଲେ ମଧ୍ୟ କୌଣସି ସୁଫଳ ମିଳି ପାରିନାହିଁ।

ଶେଷରେ ବାଧ୍ୟ ହୋଇ ଗଞ୍ଜାମ ଜିଲାର ବଡ଼ଗଡ଼କୁ ଗଜପତି ଜିଲାର ମୋହନା ରାସ୍ତା ସଂଯୋଗ କରୁଥିବା ରାଜ୍ୟ ରାଜପଥ ଅବରୋଧ କରି ଗରା ମାଠିଆ ରାସ୍ତା ଉପରେ ରଖି ଶତାଧିକ ମହିଳା ଓ ପୁରୁଷ ସକାଳ ୭ ଘଣ୍ଟା ଠାରୁ ଧାରଣା ରେ ବସିଥିଲେ। ଶହ ଶହ ଯାନ ବାହାନ ନାହିଁ ନଥିବା ଅସୁବିଧା ର ସମ୍ମୁଖୀନ ହୋଇଥିଲେ। ୧୦ ଟା ସମୟରେ ଜଳ ଯୋଗାଣ ଅଧିକାରୀ ପଦ୍ମନାଭ ଖଣ୍ଡେଇ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ଆସନ୍ତା ୨୮ ତାରିଖ ମଧ୍ୟରେ ଏକ ନଳକୂପ ଖନନ କରାଯିବବୋଲି ଲିଖିତ ପ୍ରତିଶୃତି ଦେବାପରେ ଗ୍ରାମବାସୀ ରାସ୍ତାରୋକ ରୁ ହଟିଥିଲେ। ତେବେ ଦେଖାଯାଉ କେବେ ସାହି ବାସିନ୍ଦାକୁ ପାଣି ମିଳୁଛି ଦେଖିବାକୁ ରହିଲା ବାକି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri