୩ ଘଣ୍ଟା ନବଯୌବନ ଦର୍ଶନ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ଚଳିତ ମାସ ୧୯ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନବଯୌବନ ଦର୍ଶନ ଓ ୨୦ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ନବଯୌବନ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡ଼ାନ୍ତ ହୋଇଛି। ଭକ୍ତମାନେ ମାତ୍ର ୩ଘଣ୍ଟା ପାଇଁ ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ କରିପାରିବେ। ସେହିପରି ପୂର୍ବାହ୍ନ ୮ଟାରୁ ୯ଟା ପର୍ଯ୍ୟନ୍ତ ପରିମାଣିକ ଦର୍ଶନ ବ୍ୟବସ୍ଥା କରାଯାଇଛି। ପରିମାଣିକ ଟିକେଟଧାରୀମାନେ ଦକ୍ଷିଣଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ଏଥିପାଇଁ ସର୍ବମୋଟ ୭୦୦୦ ଟିକେଟ ବ୍ୟବସ୍ଥା ହୋଇଛି। ପ୍ରତି ଟିକେଟର ମୂଲ୍ୟ ୧୦୦ ଟଙ୍କା ରଖାଯାଇଛି। ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ସାହାଣମେଲା ଦର୍ଶନ ଜାରି ରହିବ। ଏଥିପାଇଁ ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିବେ। ପୂର୍ବାହ୍ନ ୧୧ଟାରୁ ସମସ୍ତ ଦର୍ଶନ ବ୍ୟବସ୍ଥା ବନ୍ଦ ରଖାଯିବ। ତେବେ ଭକ୍ତମାନେ ଶ୍ରୀମନ୍ଦିର ଭିତରବେଢା ପରିକ୍ରମା କରିପାରିବେ। ରାତି ୯ଟାରୁ ସେନାପଟା ଲାଗି ନୀତି ହେବ ବୋଲି ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଏହି ଅବସରରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମା ଏବଂ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ଉପସ୍ଥିତ ଥିଲେ।
ମୁଖ୍ୟ ପ୍ରଶାସକ ଦାସ କହିଛନ୍ତି, ୧୯ ତାରିଖରେ ମହାପ୍ରଭୁ ନବଯୌବନ ଦର୍ଶନ ଦେବେ। ତେଣୁ ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନ ୮ଟାରୁ ୯ଟା ପର୍ଯ୍ୟନ୍ତ ୧ଘଣ୍ଟା ଧରି ପରିମାଣିକ ଦର୍ଶନ ବ୍ୟବସ୍ଥା ହୋଇଛି। ସେହିପରି ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନ ୧୧ଟା ପରେ ରଥଯାତ୍ରା ପାଇଁ ନୀତି ଆରମ୍ଭ ହେବ। ଚଳିତ ବର୍ଷ ମହାପ୍ରଭୁଙ୍କ ନୀତି ସମ୍ପାଦନା ପାଇଁ ସମୟ କମ୍‌ ଥିବାରୁ ୧୧ଟା ପରେ ଦର୍ଶନ ବନ୍ଦ ରଖାଯାଇ ନୀତି ଆରମ୍ଭ କରାଯିବ। ଭକ୍ତମାନେ ଭିତରବେଢ଼ାରେ ବୁଲିପାରିବେ। ସେହିପରି ଦଇତା ନିଯୋଗ ସମ୍ପାଦକ କହିଛନ୍ତି, ଚଳିତ ଥର ଉଭା ପଡୁନାହିଁ। ପରମାଣିକ ଦର୍ଶନ ଓ ସାହାଣ ମେଲା ଦର୍ଶନ ପରେ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ। କାରଣ ରଥଯାତ୍ରା ପାଇଁ ଅନେକ ନୀତି ରହିଛି। ଦିନ ୧୧ଟା ପରେ ଯେଉଁ ଭକ୍ତ ଆସିବେ ସେମାନେ ଶ୍ରୀମନ୍ଦିର ଭିତରବେଢା ବୁଲିପାରିବେ ଓ ମହାପ୍ରସାଦ ପାଇ ପାରିବେ, କିନ୍ତୁ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ୧୯ ତାରିଖ ପୂର୍ବାହ୍ନ ୮ଟା ସୁଦ୍ଧା ତାଟି ଖୋଲାଯିବ। ୮ଟାରୁ ୧୧ଟା ପର୍ଯ୍ୟନ୍ତ ଦର୍ଶନ ହେବ। ପରେ ଦ୍ୱାର ବନ୍ଦ କରାଯାଇ ନୀତି ଆରମ୍ଭ କରାଯିବ। ସେହିଭଳି ରାତି ୯ଟାରେ ସେନାପଟା ଲାଗି କରାଯିବ ବୋଲି ଦାସମହାପାତ୍ର କହିଛନ୍ତି। ନବଯୌବନ ଦର୍ଶନ ଦିନ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଥିବା ବେଳେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri