ଚୁଲି ନିଆଁରେ ପାଉଁଶ ହେଲା ୩ ବଖରା

ପାପଡାହାଣ୍ଡି,୭।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ଚାନ୍ଦିଲି ଗ୍ରାମରେ ନିଆଁ ଲାଗି ଭୁଜ ଗୌଡ଼ଙ୍କ ୩ ବଖରା ଘର ପୋଡି ନଷ୍ଟ ହୋଇଯାଇଛି। ଚୁଲିରୁ ନିଆଁ ଉଠି ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ସୋମବାର ବଳମ୍ବିତ ରାତିରେ ଘରେ ନିଆଁ ଲାଗି ଯାଇଥିଲା। ଫଳରେ ଘରର ଆସବା ପତ୍ର ସହ ଧାନ, ଚାଉଳ ଆଦି ପୋଡି ନଷ୍ଟ ହୋଇଯାଇଛି। ଏପରି କି ଗୁହାଳରେ ନିଆଁ ଲାଗିଥିଲେ ମଧ୍ୟ ଗୋରୁଙ୍କୁ ଉଦ୍ଧାର କରାଯାଇଥିଲା। ଖବର ପାଇ ପାପଡାହାଣ୍ଡି ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଭୁଜ ଗରିବ ଶ୍ରେଣୀର ହୋଇଥିବା ବେଳେ କୁଲି କାମ କରି ପରିବାର ଚଳାଉଥିଲେ। ନିଆଁରେ ଘର ନଷ୍ଟ ହୋଇଯାଇଥିବାରୁ ସେ ଭାଙ୍ଗି ପଡିଛନ୍ତି। ଏନେଇ ଆର୍ଥିକ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri