ଗଛରେ ୩ ଝିଅଙ୍କ ଝୁଲନ୍ତା ମୃତଦେହ

ଉମରକୋଟ,୧୦।୪(ସ୍ବ.ପ୍ର.): ଗୋଟିଏ ଗଛରେ ୩ ଝିଅଙ୍କ ଝୁଲନ୍ତା ମୃତଦେହ। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ଗ୍ରାମରେ ଶନିବାର ରାତିରେ ଏଭଳି ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ ଗାଁର ବଂଶୀଧର ଗୌଡ଼ଙ୍କ ଝିଅ ହେମଲତା(୨୨), ମନ୍‌ଧର ମାଝିଙ୍କ ଝିଅ ଫୁଲମତି(୧୬) ଏବଂ ରାମ୍‌ଧର ମାଝିଙ୍କ ଝିଅ କୌଶଲ୍ୟା(୧୬) ରହିଛନ୍ତି। ହେମଲତା ବିବାହିତା ବୋଲି ଜଣାପଡ଼ିଛି। ଏମାନେ ସମସ୍ତେ ଅଲଗା ପରିବାରର ହୋଇଥିବାବେଳେ ଏହା ଆତ୍ମହତ୍ୟା ନା କେହି ହତ୍ୟାକରି ଝୁଲାଇ ଦେଇଛି ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ହେମଲତାଙ୍କୁ ତାଙ୍କ ସ୍ବାମୀ କିଛିବର୍ଷ ତଳେ ଛାଡ଼ିଦେଇ ଅନ୍ୟତ୍ର ବିବାହ କରିଥିଲେ। ଏହା ପରଠାରୁ ସେ ବାପଘରେ ରହୁଥିଲେ। ଶନିବାର ଅପରାହ୍ନ ୪ଟା ବେଳେ ହେମଲତା, ଫୁଲମତି ଏବଂ କୌଶଲ୍ୟା କୌଣସି କାମରେ ଘରୁ ବାହାରିଥିଲେ। ସନ୍ଧ୍ୟା ପର୍ଯ୍ୟନ୍ତ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ପରେ ଗାଁ ନିକଟ କୁସୁମ୍‌ ଗଛରେ ସେମାନଙ୍କ ମୃତଦେହ ଝୁଲୁଥିବା ଖବର ପାଇଥିଲେ। ଏ ନେଇ ଉମରକୋଟ ଥାନା ପୋଲିସ ସୂଚନା ପାଇ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri